୫ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ସୁବର୍ଣ୍ଣପୁର, କଟକ, ଝାରସୁଗୁଡା, କନ୍ଧମାଳ ଏବଂ ସମ୍ବଲପୁର ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଗାଁ ଲୋକମାନେ ଲକ୍ଷ୍ମୀ ବସ୍‌ ଜରିଆରେ ସୁବିଧାରେ ଏବଂ କମ ଖର୍ଚ୍ଚରେ ସେମାନଙ୍କର ଦୈନନ୍ଦିନ କାର୍ଯ୍ୟ କରିପାରିବେ। ଲକ୍ଷ୍ମୀ ବସ୍‌ ଆମର ଜୀବନ ଯାତ୍ରାକୁ ସହଜ କରିବ, ଘରେ ଘରେ ସମୃଦ୍ଧି ଆଣିବ।

ଲୋକଙ୍କ ଇଚ୍ଛାକୁ ମୁଁ ସମ୍ମାନ ଦିଏ, ମୋ ସରକାରର ସବୁ କାର୍ଯ୍ୟକ୍ରମ ଲୋକମତ ଭିତ୍ତିରେ ଆଧାରିତ, ଲକ୍ଷ୍ମୀ ଯୋଜନା ମଧ୍ୟ ଲୋକଙ୍କ ଇଚ୍ଛାରୁ କାର୍ଯ୍ୟକାରୀ କରାଯାଇଛି। ୫ଟି ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଲୋକଙ୍କ ଅସୁବିଧାକୁ ଅନୁଭବ କରିଥିଲୁ ଏବଂ ଲୋକଙ୍କ ପ୍ରସ୍ତାବକୁ ଅନୁଶୀଳନ କରି ଗାଁ ଲୋକଙ୍କର ଯୋଗାଯୋଗ ସମସ୍ୟା ଦୂର କରିବା ପାଇଁ ଲକ୍ଷ୍ମୀ ବସ୍‌ ଯୋଜନା ପ୍ରସ୍ତୁତ କରାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଗାଁର ଅର୍ଥନୀତିକୁ ମଜବୁତ କରିବାରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ । ସେ ପୁଣି କହିଥିଲେ ଯେ ପଞ୍ଚାୟତକୁ ବିକାଶର କେନ୍ଦ୍ର କରିବା ଆମର ଲକ୍ଷ୍ୟ ରହିଛି। ଗାଁର ଅର୍ଥନୀତିକୁ ମଜବୁତ କରିବା ଆମର ଲକ୍ଷ୍ୟ। ଲକ୍ଷ୍ମୀ ବସ୍‌ ଏଥିରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ।ଲକ୍ଷ୍ମୀ ବସ୍‌ ସେବା ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଲୋକଙ୍କୁ ଲୋକଙ୍କ ସହିତ ଯୋଡିବ। ସାମାଜିକ ଓ ଆର୍ଥିକ ଜୀବନକୁ ମଜବୁତ କରିବ। ପିଲାଙ୍କୁ ସ୍କୁଲ କଲେଜ ନେବ। ଚାଷୀଙ୍କୁ ମାର୍କେଟ ସହିତ ଯୋଡିବ। ମା’ମାନେ ଓ ଛାତ୍ରଛାତ୍ରୀମାନେ ମାତ୍ର ୫ ଟଙ୍କା ମୂଲ୍ୟରେ ଏହି ବସ୍‌ ରେ ଯିବା ଆସିବା କରିପାରିବେ ବୋଲି ସେ କହିଥିଲେ ।

 

Leave A Reply

Your email address will not be published.