ଆସନ୍ତୁ ଜାଣିବା ସରସ୍ୱତୀ ଶବ୍ଦର ମୂଳ ଅର୍ଥ 

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ମାଘ ଶୁକ୍ଲ ପକ୍ଷ ପଞ୍ଚମୀ ତିଥିରେ ପାଳନ ହୁଏ ପବିତ୍ର ସରସ୍ଵତୀ ପୂଜା । ବିଦ୍ୟାଦାତ୍ରୀ ମା ସରସ୍ଵତୀଙ୍କ ପୂଜା ଅତ୍ୟନ୍ତ ପବିତ୍ର ତଥା ବେଦ ସମ୍ମତ ଅଟେ । ହିନ୍ଦୁ ସଂସ୍କୃତିରେ ମା ସରସ୍ଵତୀଙ୍କୁ ସିଦ୍ଧିଦାତ୍ରୀ, କଳାର ଅଧିଷ୍ଠାତ୍ରୀ ତଥା ବିଦ୍ୟା ଦାୟିନୀ ଭାବରେ ପୂଜା କରାଯାଏ। ବସନ୍ତ ମାସର ପଞ୍ଚମୀ ତିଥିରେ ପଡୁଥିବା ଯୋଗୁ ଏହାକୁ ବସନ୍ତ ପଞ୍ଚମୀ ବୋଲି ମଧ୍ୟ ଅବିହିତ କରାଯାଏ। ତେବେ ସରସ୍ଵତୀ ର ମୂଳ ଅର୍ଥ କଣ?

ସ୍ୱତଃ + ବତୀ, ଅର୍ଥାତ୍ ପ୍ରସରଣ ଯାହାଙ୍କର ଅଛି । ଅଜ୍ଞାନ ଅନ୍ଧକାର ମଧ୍ୟରୁ ତେଜୋମୟ ଦିବ୍ୟଧାମକୁ ବାଟ କଢାଇ ନେବାର ସେ ହେଉଛନ୍ତି ଅଧିଷ୍ଠାତ୍ରୀ ଦେବୀ । ସେ ସ୍ରୋତସ୍ୱତୀ ପରି ପ୍ରବହମାନା, ଜ୍ଞାନର ଅଧିଷ୍ଠାତ୍ରୀ ଦେବୀ । ସେ ହେଉଛନ୍ତି ବାକ୍ୟର ଦେବୀ ବାଗ୍‌ଦେବୀ, ବାଣୀ, ଶାରଦା । ମା ଯୋଗମାୟା ଆଦ୍ୟାଶକ୍ତିଙ୍କ କଣ୍ଠରୁ ସରସ୍ୱତୀ ସମ୍ଭୁତା । ମା ସରସ୍ୱତୀ, ମା ଲକ୍ଷ୍ମୀ ଓ ମା କାଳୀ ତିନୋଟି ସ୍ୱରୂପ ଆଦ୍ୟାଶକ୍ତିଙ୍କର ।

ପାରମ୍ପରିକ ରୂପରେ ସରସ୍ୱତୀ ଶୁକ୍ଳ ବସ୍ତ୍ର ପରିଧାନ କରି କର୍ଣ୍ଣରେ ରତ୍ନବିଭୂଷିତ କୁଣ୍ଡଳ ଧାରଣ କରି ଗଳାରେ ଗଜମୋତି ଏବଂ ମୁକ୍ତାହାର ପିନ୍ଧିଛନ୍ତି ଓ ହସ୍ତରେ ବୀଣା ଓ ପୁସ୍ତକ ଧାରଣ କରି ପଦ୍ମାସନରେ ଶ୍ୱେତପଦ୍ମ ଉପରେ ଅଧିଷ୍ଠାତ୍ରୀ ହୁଅନ୍ତି । ଓଡ଼ିଆ ଭାଷାରେ ତାଙ୍କୁ ବାଣୀ ବୋଲି ମଧ୍ୟ କୁହାଯାଏ । ତାଙ୍କର ଅନ୍ୟ ନାମ ସବୁ ହେଲା ବୀଣା ପୁସ୍ତକ ଧାରିଣୀ, ବାଗ୍‌ଦେବୀ ବରଦା ଇତ୍ୟାଦି ।

Leave A Reply

Your email address will not be published.