ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ୪୮ ଘଣ୍ଟାରେ ନେବ ଅବପାତର ରୂପ

0

ପୂର୍ବ କେନ୍ଦ୍ରୀୟ ଓ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ପଶ୍ଚିମ ଏବଂ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଘନୀଭୂତ ହେବାର ସମ୍ଭାବନା ରହିଛି । ଏହାପରେ ୪୮ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେଇପାରେ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି ।

ଏହା ପ୍ରଭାବରେ ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, ଭଦ୍ରକ ବରଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୧୨ ତାରିଖରେ ଗଞ୍ଜାମ, ପୁରୀ, ଅନୁଗୁଳ, ଯାଜପୁର, ଭଦ୍ରକ ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏହାସହ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନର ବହିବା ଆଶଙ୍କା ରହିଛି । ତେଣୁ ମତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ସେହିପରି ୧୩ତାରିଖରେ ବଲାଙ୍ଗିର, ବୌଦ୍ଧ, ଅନୁଗୁଳ, ସମ୍ବଲପୁର, ବରଗଡ, ଦେବଗଡ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏଥିସହ ଘଂଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ଆଶଂକା ରହିଛି ।

Leave A Reply

Your email address will not be published.