୫ ଦିନ ଯାଏଁ ହାଲୁକାରୁ ମଧ୍ୟମଧରଣର ବର୍ଷା

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ରାଜ୍ୟରେ ବଢ଼ିବ ବର୍ଷା । ଉପକୂଳରୁ ଉତ୍ତର, ଦକ୍ଷିଣରୁ ପଶ୍ଚିମ ସବୁଠି ଜାରି ରହିବ ବର୍ଷା। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବିଜୁଳୀ ଘଡ଼ଘଡ଼ି ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉତ୍ତର ଓଡ଼ିଶାର ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦୁଝରର ଅଧିକାଂଶ ଅଞ୍ଚଳ ଏବଂ କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସ୍ବାଭାବିକଠାରୁ ଅଧିକ ବର୍ଷାର ସମ୍ଭାବନା ରହିଛି।

ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ ସ୍ବାଭାବିକରୁ ଅଧିକ ବର୍ଷା‌ ଏବଂ ପଶ୍ଚିମ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ପରିମାଣ ନିଅଣ୍ଟିଆ ରହିବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ମୌସୁମୀ ସିଜିନରେ ୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବା ବେଳେ ୨୪ ଜିଲ୍ଲାରେ ରେକର୍ଡ ହୋଇଛି ନିଅଣ୍ଟିଆ ବର୍ଷା । ଜୁନ ମାସରେ ୪୧ ପ୍ରତିଶତ କମ୍ ବର୍ଷା ହୋଇଛି । ଜୁନ୍ ୧ରୁ ଏବେ ସୁଦ୍ଧା ରାଜ୍ୟରେ ସ୍ୱାଭାବିକ ଠାରୁ ୩୯% କମ୍ ବର୍ଷା ହୋଇଛି । ୫ ଜିଲ୍ଲାରେ ସ୍ଥିତି ଅତି ଉତ୍କଟ ଏବଂ ୧୭ ଜିଲ୍ଲାରେ ୨୦ରୁ ୫୯% ନିଅଣ୍ଟିଆ ବର୍ଷା ହୋଇଛି । ବନ୍ୟା ନିୟନ୍ତ୍ରଣ, ନଦୀ ପୁନରୁଦ୍ଧାର ଓ ଜଳପଥର ଉନ୍ନତୀକରଣ ପାଇଁ ରାଜ୍ୟରେ ଗଠନ ହେବ ୪ଟି ବୈଷୟିକ କମିଟି ।

ଜଳ ସଂପଦ ବିଭାଗ ଅଧିକାରୀଙ୍କ ସହ ଚଳିତ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନା ପ୍ରସ୍ତୁତିର ସମୀକ୍ଷା ସହିତ, ୪ଟି ବୈଷୟିକ କମିଟି ଗଠନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଜୁନ୍‌ ୧ରୁ ଆଜି ସୁଦ୍ଧା ଅର୍ଥାତ୍‌ ମୌସୁମୀ ସମୟରେ ରାଜ୍ୟରେ ସ୍ବାଭାବିକ ଭାବେ ୨୧୬.୫ ମିମି ବର୍ଷା ହେବା କଥା। ମାତ୍ର ଚଳିତବର୍ଷ ୧୬୪ ମିମି ହୋଇଛି, ଯାହାକି ସ୍ବାଭାବିକଠାରୁ୨୪% ନିଅଣ୍ଟିଆ। ମାଲକାନଗିରିରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ବେଳେ ମୟୂରଭଞ୍ଜ ଜିଲ୍ଲାରେ ଅଧିକ ନିଅଣ୍ଟିଆ ସ୍ଥିତି ଲାଗିରହିଛି। ୧୩ଟି ଜିଲ୍ଲାରେ ସ୍ବାଭାବିକ ଏବଂ ୧୫ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି

 

Leave A Reply

Your email address will not be published.