ଓଡ଼ିଆ ନ୍ୟୁଜ୍: ରାଜ୍ୟରେ ବନ୍ଦ ପଡ଼ିଥିବା ୭୦ଟି ମଦ ଦୋକାନ ଖୋଲିବେ ସରକାର। ଗୃହରେ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଉତ୍ତର। ବନ୍ଦ ମଦ ଦୋକାନକୁ ପୁନର୍ବାର ଖୋଲିବାକୁ ବିଭାଗ ତରଫରୁ ଅନୁମତି। ୪ଟି ନୂଆ ଠିପିଖୋଲା ମଦ ଦୋକାନ ଓ ୩ଟି ମଦ କାରଖାନା ଖୋଲିବାକୁ ପ୍ରସ୍ତାବ।ବାଲେଶ୍ୱରରେ ସର୍ବାଧିକ ୧୭ଟି ମଦ ଦୋକାନ ଖୋଲିବେ ସରକାର। ସେହିପରି ଗଞ୍ଜାମରେ ୧୦ଟି, ନୟାଗଡରେ ୯ଟି, ମୟୂରଭଞ୍ଜରେ ୮ଟି, କଟକରେ ୭ଟି, ରାଉଲକେଲାରେ ୫ଟି, କେଉଁଝରରେ ୩ଟି, ବ୍ରହ୍ମପୁରରେ ୪ଟି, ବଲାଙ୍ଗୀରରେ ୨ଟି, କନ୍ଧମାଳରେ ୩ଟି ଏବଂ ମାଲକାନଗିରି, ସମ୍ବଲପୁରରେ ୧ଟି ବନ୍ଦ ଥିବା ମଦ ଦୋକାନ ଖୋଲିବେ ସରକାର।
ସେହିପରି ପୁରୀ ରେ ୩ଟି ଓ ଭୁବନେଶ୍ୱରରେ ୧ଟି ନୂଆ ଠିପି ଖୋଲା ମଦ ଦୋକାନ ଖୋଲିବେ ପାଇଁ ବିଭାଗ ପାଖରେ ରହିଛି ପ୍ରସ୍ତାବ। ଢେଙ୍କାନାଳରେ ୨ଟି ଏବଂ କଟକରେ ଗୋଟିଏ ମଦ କାରଖାନା ଖୋଲିବା ପାଇଁ ସରକାରଙ୍କ ପାଖରେ ପ୍ରସ୍ତାବ ରହିଥିବା ସୂଚନା ଅଛି। ବିଧାୟକ ଅଖିଳ ଚନ୍ଦ୍ର ନାୟକଙ୍କ ପ୍ରଶ୍ନରେ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ବିଧାନସଭାରେ ଉତ୍ତର ରଖିଛନ୍ତି।