ତାତିରୁ ସାମାନ୍ୟ ଆଶ୍ୱସ୍ତି : ୧୩ ଯାଏଁ ରହିବ କାଳବୈଶାଖୀ

0

ଓଡ଼ିଆ ନ୍ୟୁଜ (ବ୍ୟୁରୋ):  ବଦଳିଛି ପାଗର ମିଜାଜ୍ । ତାତିରୁ ମିଳିଛି ସାମୟିକ ମୁକ୍ତି ।  ଏବେ ସ୍ୱାଭାବିକରୁ ତାପମାତ୍ରା ୫ରୁ ୭ ଡିଗ୍ରୀ କମ ରହିଛି । ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ଆଲର୍ଟ ଦେଇଛି ପାଣିପାଗ ବିଭାଗ ।   ଆସନ୍ତା ୧୩ ତାରିଖ ଯାଏଁ ରାଜ୍ୟରେ କାଳବୈଶାଖୀ ପ୍ରଭାବ ରହିବ। ଏହାପରେ ପାଗରେ ପରିବର୍ତ୍ତନ ଆସିବ।

୨୪ ଘଣ୍ଟା ପରେ ପାରଦ ବଢ଼ିବ। ପରବର୍ତ୍ତୀ ୩ ଦିନ ମଧ୍ୟରେ ତାପମାତ୍ରା ୨-୩ ଡିଗ୍ରୀ ବୃଦ୍ଧି ପାଇବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆସନ୍ତା ୯ ରୁ ୧୧ ତାରିଖ ପର‌୍ୟ୍ୟନ୍ତ ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡ଼ା ଜିଲାର ଗୋଟିଏରୁ ଦୁଇଟି ସ୍ଥାନକୁ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।  ସେହିଭଳି ଆସନ୍ତା ୧୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ସମ୍ଭାବନା ରହିଛି । ସେଭଳି ୧୧ ତାରିଖରୁ ତାପମାତ୍ରା ପୁଣି ୨ରୁ ୩ ଡିଗ୍ରୀ ବଢିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ତେବେ ୨ ଦିନ ରାଜ୍ୟର କିଛି ସ୍ଥାନରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ହାଲକା ପବନ ବହିବା ନେଇ ସୂଚନା ରହିଛି । ଗତକାଲି ସନ୍ଧ୍ୟାରେ ଟୁଇନ ସିଟି ସମେତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବା ଫଳରେ ପ୍ରାୟ ୭ଦିନ ଧରି ଖରାରେ ଆଉଟୁ ପାଉଟୁ ହେଉଥିବା ଲୋକଙ୍କୁ ତାତିରୁ ତ୍ରାହି ମିଳିଛି । ସେପଟେ ଗଛମୂଳେ ଆଶ୍ରୟ ନେଇଥିବା ବେଳେ ପ୍ରାଣ ନେଇଛି ବଜ୍ରପାତ । ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଅସରଡା ଗାଁରେ ଘଟିଛି ଏହି ଅଭାବନୀୟ ଘଟଣା ।

Leave A Reply

Your email address will not be published.