ଓଡ଼ିଆ ନ୍ୟୁଜ, ଭୁବନେଶ୍ୱର : ରାଜ୍ୟର ବୁଣାକାରମାନଙ୍କ ଆୟ ଓ ଜାବନଧାରଣ ମାନରେ ହେବ ବୃଦ୍ଧି । ଏଣିକି ବିନା ସୁଧରେ ଏକ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ନେଇପାରିବେ ବୁଣାକାର । ପୂର୍ବରୁ 50 ହଜାର ଟଙ୍କା ଥିବା ଏହି ରାଶିକୁ ଏକ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଏହା ଦ୍ୱାରା ରାଜ୍ୟର 66 ହଜାର 414 ବୁଣାକାର ପରିବାର ଉପକୃତ ହେବେ । ଏକ ଲକ୍ଷ ଟଙ୍କାକୁ ବୃଦ୍ଧି କଲେ ସରକାର । ରାଜ୍ୟରେ ୬୬, ୧୪୧ ବୁଣାକାର ପରିବାର ରହିଛନ୍ତି । ୧ ଲକ୍ଷ ୨୪ ହଜାର ୮୪ ଜଣ ବୁଣାକାର ଅଛନ୍ତି ସେହିପରି ୫୬ ହଜାର ୫୬୯ ସଂଖ୍ୟକ ତନ୍ତ ରହିଛି । ଆଗରୁ ୫୦ ହଜାର ଟଙ୍କା ପର୍ଯ୍ୟନ୍ତ ସୁଧ ମୁକ୍ତ ଋଣ ଦିଆଯାଉଥିଲା । ଏବେ ଏହାକୁ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ୧ ଲକ୍ଷ ବୃଦ୍ଧିକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ମିଳିଛି । ବୁଣାକାର ମାନଙ୍କ ରୋଜଗାର ସୁନିଶ୍ଚିତ କରିବା, ଅର୍ଥନୈତିକ ଅବସ୍ତାକୁ ସୁଦୃଢ କରିବା ଓ ସୁରକ୍ଷିତ କରିବା ଏହି ଯୋଜନା ଗୁଡ଼ିକର ଲକ୍ଷ୍ୟ ଓ ଉଦ୍ଦେଶ୍ୟ । ଏହି ପ୍ରୟାସ ଏବଂ ହସ୍ତକ୍ଷେପ ଫଳରେ ରାଜ୍ୟରେ ହସ୍ତତନ୍ତ କ୍ଷେତ୍ରରେ ଅଭିବୃଦ୍ଧି ହେବ ।
କିନ୍ତୁ, ବାରମ୍ବାର ସୂତା, ରଙ୍ଗ ଓ ଅନ୍ୟାନ୍ୟ କଞ୍ଚାମାଲର ମୂଲ୍ୟ ବୃଦ୍ଧି ଯୋଗୁଁ, ବ୍ୟବସାୟର ନିରନ୍ତର ଅଭିବୃଦ୍ଧି ସହିତ ନିଜର ଉତ୍ପାଦନ ଏବଂ ବିପଣନ କ୍ଷମତାକୁ ବୃଦ୍ଧି କରିବା ପାଇଁ ବୁଣାକାର କାର୍ଯ୍ୟକାରୀ ପୁଞ୍ଜି ଆବଶ୍ୟକତାରେ ବୃଦ୍ଧି ଆଣିବା ଦରକାର ପଡ଼ୁଥିଲା । ଏଥିପାଇଁ 50 ହଜାର ଟଙ୍କା ଯଥେଷ୍ଟ ହେଉନଥିଲା । ତେଣୁ ଋଣ ରାଶିକୁ 50 ହଜାରରୁ ଏକ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପ୍ରସ୍ତାବକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି ।
ଏହି ଯୋଜନା ନିୟନ ଅନୁଯାୟୀ, ବୁଣାକାରମାନେ ସେମାନଙ୍କର ଆବଶ୍ୟକତା ଅନୁଯାୟୀ ଏକ ଲକ୍ଷ ଟଙ୍କା ପର୍ଯ୍ୟନ୍ତ କାର୍ଯ୍ୟକାରୀ ପୁଞ୍ଜି ବିନା ସୁଧରେ ଋମ ଆକାରରେ ବ୍ୟାଙ୍କରୁ ପାଇପାରିବେ । ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଏହି ଯୋଜନା କାର୍ଯ୍ୟକାରୀ ହେବ ।