ଓଡ଼ିଆ ନ୍ୟୁଜ (ବ୍ୟୁ୍ରୋ) : ଆସନ୍ତା ୨୮ ଯାଏ ରାଜ୍ୟ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ହେବ ବୋଲି ନପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଓଡିଶା ଉପକୂଳରେ ଗୁରୁଚାପ ବଳୟ ସକ୍ରିୟ ରହିଛି । ଏହା ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କେତେକ ସ୍ଥାନରେ ପବନ ଘଡଘଡି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ୧୫ ଜିଲ୍ଲାରେ ପବନ ଘଡଘଡି ସହ ବର୍ଷା ହେବ । ଏଥିପାଇଁ ୧୧ଟି ଜିଲ୍ଲାଟି ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲା ଗୁଡିକ ହେଲା ଝାରସୁଗୁଡା, ସୁନ୍ଦରଗଡ, ମୟୂରଭଞ୍ଜ, କେନ୍ଦୁଝର, ସମ୍ବଲପୁର,ବଲାଙ୍ଗିର, ନୂଆପଡା, କଳାହାଣ୍ଡି, କନ୍ଧମାଳ, ସୋନପୁର, ଗଜପତି, ଗଞ୍ଜାମ, ରାୟଗଡା,ମାଲକାନଗିରି ଓ କୋରାପୁଟ । ଏହି ଜିଲ୍ଲାମାନଙ୍କରେ ମଧ୍ୟମ ଧରଣ ବର୍ଷା ହେବା ସହ ପବନର ଘଣ୍ଟା ପ୍ରତି ୪୦ରୁ ୫୦ କି.ମି. ବୋହିବ । ଆସନ୍ତାକାଲି ମଧ୍ୟ ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ଘଡଘଡି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଏଥିପାଇଁ ୟଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି ।
ଆଜି ରାଜ୍ୟର ଅନେକ ସ୍ଥାନରେ ପାଗ କୋହଲା ରହିବାର ସହ ମଧ୍ୟମ ଧରଣର ବର୍ଷା ହୋଇଛି । ଫଳରେ ଗରମ ଓ ଗୁଳୁଗୁଳିରୁ ତ୍ରାହି ମିଳିଛି ।