ପଞ୍ଚୁକର ତୃତୀୟ ଦିନ, ତ୍ରିବିକ୍ରମ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥି ଓ ପଞ୍ଚୁକର ତୃତୀୟ ଦିନ l ରତ୍ନ ସିଂହାସନ ଉପରେ ମହାପ୍ରଭୁ ଅତ୍ୟନ୍ତ ଚିତାକର୍ଷକ ତ୍ରିବିକ୍ରମ ବେଶ ରେ ଦର୍ଶନ ଦେବାର ପରମ୍ପରା ରହିଛି | ଏହି ବେଶରେ ଠାକୁର ମାନେ ସୁଵର୍ଣର ଅଳଙ୍କାରରେ ବିଭୂଷିତ ହୋଇଥାନ୍ତି । ମହାପ୍ରଭୁଙ୍କ ଅବକାଶ ନୀତି ପରେ ଏହି ବେଶ ଅନୁଷ୍ଠିତ ହୋଇଥlଏ ।

ତେବେ ଆଜିର ତିଥିରେ ମହାପ୍ରଭୁଙ୍କ ଏହି ଚିତାକର୍ଷକ ବେଶ ଯିଏ ଦର୍ଶନ କରିଥାନ୍ତି ତାଙ୍କୁ ଅପାର ଆନନ୍ଦ ଲାଭ ସହ ଜନ୍ମଜନ୍ମାନ୍ତର ପାପରୁ ମୁକ୍ତିମିଲେ ବୋଲି ବିଶ୍ୱାସ ରହିଛି।  ଏହି ବେଶ ଦେଖିବାକୁ ଶ୍ରୀମନ୍ଦିରରେ ଆଜି ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି | ଆସନ୍ତା କାଲି ମହାପ୍ରଭୁଙ୍କ ଲଷ୍ମୀନୃସିଂହ ବେଶ ଅନୁଷ୍ଠିତ ହେବ।

Leave A Reply

Your email address will not be published.