ନବଯୌବନରେ ଦର୍ଶନ ଦେଲେ ଚତୁର୍ଦ୍ଧାମୂର୍ତ୍ତି, ଚକାଆଖିକୁ ଦେଖି ଭାବବିହ୍ଵଳ ହେଲେ ଭକ୍ତ

0

ଓଡ଼ିଆ ନ୍ୟୁଜ(ବ୍ୟୁରୋ):  ଆଜି ସକାଳ ୮ଟାରୁ ଆରମ୍ଭ ହୋଇଛି ଶ୍ରୀଜିଉଙ୍କର ନବଯୌବନ ଦର୍ଶନ। ପରିମାଣିକ ଦର୍ଶନର ପରେ ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଥିଲା। ଚଳିତ ଥର ମାତ୍ର ୩ ଘଣ୍ଟା ନବଯୌବନ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ। ସକାଳ ୮ଟାରୁ ୯ଟା ପରିମାଣିକ ଦର୍ଶନ ଓ ସକାଳ ୯ଟାରୁ ପୂର୍ବାହ୍ନ ୧୧ଟା ସାହାଣମେଲା ଦର୍ଶନ ହୋଇଥିଲା । ଅନବସର ଗୁପ୍ତନୀତି ଶେଷ ପରେ ଭକ୍ତଙ୍କୁ ନବଯୌବନ ବେଶରେ ଦର୍ଶନ ଦେଇଛନ୍ତି ମହାପ୍ରଭୁ । ପରେ ଦିନ ୧୧ଟା ପର୍ଯ୍ୟନ୍ତ ସର୍ବସାଧାରଣ ବା ସାହାଣମେଲା ଦର୍ଶନ ହୋଇଥିଲା । ଶ୍ରୀମନ୍ଦିର ଦକ୍ଷିଣ ଦ୍ବାର ଦେଇ ପରିମାଣିକ ଟିକେଟ ଦର୍ଶନ ପାଇଁ ଭକ୍ତ ଯିବାକୁ ନିଷ୍ପତି ହୋଇଥିଲା ।

ଏଣେ, ଚକା ବିଜେ କରିଥିବା ଶ୍ରୀଜିଉଙ୍କ ଚକା ଅପସର ନୀତି ସୋମବାର ସକାଳ ୬ଟାରେ ଅନୁଷ୍ଠିତ ହୋଇଥିଲା। ଏହି ସମୟରେ ପଟିଦିଅଁଙ୍କଠାରେ ଦୈନନ୍ଦିନ ନୀତିକାନ୍ତି ଆରମ୍ଭ ହୋଇଥିଲା। ଭୋର ୬ଟା ୧୦ରେ ମଙ୍ଗଳ ଆଳତି, ୬ଟା ୨୫ରେ ମଇଲମ, ୭ଟାରେ ଅବକାଶ ନୀତି ଅନୁଷ୍ଠିତ ହୋଇଥିଲା। ସକାଳ ସାଢ଼େ ୭ଟାରେ ଶ୍ରୀଜିଉଙ୍କ ଅଣସର ସମୟରେ ପୂଜା ପାଉଥିବା ପଟିଦିଅଁ(ଦଶାବତାର)ଙ୍କ ବାହୁଡ଼ା ବିଜେ ନୀତି ଅନୁଷ୍ଠିତ ହୋଇଥିଲା। ସକାଳ ୮ଟାରେ ଅଣସର ତାଟି ଫିଟିବା ପରେ ମହାପ୍ରଭୁ ନବଯୌବନ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ପରିମାଣିକ ଟିକେଟ୍ କରିଥିବା ଭକ୍ତମାନେ ସକାଳ ୮ଟାରୁ ଦକ୍ଷିଣଦ୍ବାର ଦେଇ ପ୍ରଥମେ ଦର୍ଶନ ପାଇଁ ଯାଉଛନ୍ତି। ପରେ ସାହାଣମେଲା ଦର୍ଶନ ପାଇଁ ସକାଳ ୯ଟାରୁ ଭକ୍ତମାନେ ସିଂହଦ୍ବାର ଦେଇ ପ୍ରବେଶ କରିବେ। ଉଭୟ ପରିମାଣିକ ଓ ସାହାଣମେଲା ଦର୍ଶନ ବେଳେ ଭକ୍ତମାନେ ଭିତରକାଠରୁ ଶ୍ରୀଜିଉଙ୍କ ଦର୍ଶନ କରିପାରିବେ।

Leave A Reply

Your email address will not be published.