ଭରସ୍ୟାମ ହରାଇ ଡିଭାଇଡରରେ ପିଟି ଓଲଟିଲା ବସ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  କଟକ ଚୌଦ୍ୱାର ଥାନା ନୂଆପାଟଣା ନିକଟରେ ଭୋର ସମୟରେ ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଭରସ୍ୟାମ ହରାଇ ଡିଭାଇଡରରେ ପିଟି ହେବା କାରଣରୁ ବସଟି ଓଲଟିପଡିଥିଲା । ଏହି ଦୁର୍ଘଟଣାରେ ବସରେ ଥିବା ୪୦ ଯାତ୍ରୀଙ୍କ ମଧ୍ୟରୁ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ଆହତଯାତ୍ରୀଙ୍କୁ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ ମହିଳା ଓ ଛୋଟ ପିଲା ଥିବା ଜଣାଯାଇଛି। ସମସ୍ତ ଆହତ ଯାତ୍ରୀ ଦେବଗଡ଼ ଅଞ୍ଚଳର।

ତେବେ ସୂଚନା ମୁତାବକ, ଗତକାଲି ଲକ୍ଷ୍ମୀ ନାମକ ଯାତ୍ରୀବାହୀ ବସ୍‌ଟି ୪୦ ଜଣ ଯାତ୍ରୀଙ୍କୁ ନେଇ ଦେବଗଡ଼ରୁ ଭୁବନେଶ୍ୱର ଅଭିମୁଖେ ଆସୁଥଲା। ରାତି ପ୍ରାୟ ୩ଟା ସମୟରେ ବସଟି ଡିଭାଇଡରରେ ପିଟି ହୋଇ ରାସ୍ତା ଉପରେ ଓଲଟି ପଡ଼ିଥିଲା।

ଦୁର୍ଘଟଣାରେ ୨୧ଜଣ ଯାତ୍ରୀ ଆହତ ହୋଇଥିଲେ। ଆହତଙ୍କ ମଧ୍ୟରେ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଘନ କୁହୁଡି ଯୋଗୁ ଏପରି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ବୋଲି କୁହାଯାଇଛି। ପୁଲିସ ଗାଡ଼ିକୁ ଜବତ ଘଟଣାର ତଦନ୍ତ କରୁଛି।

Leave A Reply

Your email address will not be published.