ଓଡ଼ିଆ ନ୍ୟୁଜ୍ : ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବର୍ଷା। ଫଳରେ ଆସନ୍ତା ୫ ଦିନଯାଏ କିଛି କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ହାଲୁକରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଏପରିକି ଗୋଟେ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ସୂଚନା ଦେଇଛି। ଆସନ୍ତା ୨୪ ଘଂଟାରେ ରାଜ୍ୟର କିଛି କିଛି ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ବେଳେ ମୟୁରଭଞ୍ଜ କେନ୍ଦୁଝର ଓ ସୁନ୍ଦରଗଡ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାସହ ଗଂଜାମ, ଗଜପତି , ନୟାଗଡ, ଖୋର୍ଦ୍ଧା,ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ବାଲେଶ୍ୱର, ଭଦ୍ରକ ଯାଜପୁର, ଦେଓଗଡ ସମ୍ବଲପୁର, ଝାରସୁଗୁଡା ଓ ବରଗଡ଼ ରେ ବିଜୁଳି ଘଡଘଡି ସହ ଵର୍ଷା ଓ ୩୦ ରୁ ୪୦ କିମି ପବନ ବହିବାର ସମ୍ଭାବନା କୁ ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଆସନ୍ତାକାଲି ମୟୁରଭଞ୍ଜ ଓ କେନ୍ଦୁଝର ରେ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ଗଂଜାମ, ଗଜପତି , ନୟାଗଡ, ଖୋର୍ଦ୍ଧା,ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଯାଜପୁର ଓ ବାଲେଶ୍ୱର ଏହି ୧୧ ଜିଲ୍ଲାରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ସହ ୩୦ ରୁ ୪୦ କିମି ପବନ ବହିବାର ସମ୍ଭାବନାକୁ ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ବିଭାଗ। ୧୫ ତାରିଖ ଯାଏ ରାଜ୍ୟରେ କିଛି କିଛି ଅଂଚଳରେ ବର୍ଷା ସହ ଗୋଟେ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ପାଇଁ ଚେତାବନୀ ଦେଇଛି ପାଣିପାଗ ବିଭାଗ ।