ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ୧୯ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଘୂର୍ଣ୍ଣିବଳୟ ପ୍ରଭାବରେ ଗାଙ୍ଗେୟ ପଶ୍ଚିମବଙ୍ଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଦୁଇ ତିନି ଦିନ ମଧ୍ୟରେ ପଶ୍ଚିମ-ଉତ୍ତର ପଶ୍ଚିମ ଆଡକୁ ମୁହାଁଇବାର ସମ୍ଭାବନା ରହିଛି। ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ଏହି ଲଘୁଚାପ କ୍ଷେତ୍ରଟି ଅଧିକ ଘନୀଭୂତ ହୋଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ।

ଆଗାମୀ ୨୪ଘଣ୍ଟାରେ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଗାମୀ୨୪ଘଣ୍ଟାରେ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା  ହେବାର ସମ୍ଭାବନା ରହିଛି। କିଛି କିଛି ସ୍ଥାନରେ ୭ରୁ ୨୦ ସେଣ୍ଟିମିଟର ଓ ଗୋଟିଏ ଦୁଇଟି ସ୍ଥାନରେ ୨୦ ସେଣ୍ଟିମିଟରୁ ଅଧିକ ବର୍ଷା ହୋଇପାରେ। ଆଜି ପାଇଁ ୧୨ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ସତର୍କତା ଜାରି କରାଯାଇଚି।

ପ୍ରବଳ ବର୍ଷା ସହ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଭଦ୍ରକ, କୋରାପୁଟ, ଦେବଗଡ଼ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି।  ଆସନ୍ତା ୨୦ ତାରିଖ ଯାଏଁ ରାଜ୍ୟରେ ବିଭିନ୍ନ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Leave A Reply

Your email address will not be published.