ଆସନ୍ତା ୪ରେ ଲଘୁଚାପ, ମୌସୁମୀ ହେବ ଅଧିକ ସକ୍ରିୟ

0

ଓଡିଆ ନ୍ୟୁଜ୍(ବ୍ୟୁରୋ):  ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେଉଥିବାର ଦେଖିବାକୁ ମିଳୁଛି । ଆସନ୍ତା ୪ ତାରିଖ ବେଳକୁ ସୃଷ୍ଟି ହେବ ଲଘୁଚାପ। ଉତ୍ତର ଓଡ଼ିଶା ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଚି ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଲଘୁଚାପ ପ୍ରଭାବରେ ମୌସୁମୀ ଅଧିକ ସକ୍ରିୟ ହେବାର ସମ୍ଭାବନା ରହିଛି । ସେହିପରି ଜୁଲାଇ ଦ୍ୱିତୀୟ ସପ୍ତାହ ଆରମ୍ଭରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଆଜିଠାରୁ ଆଗାମୀ ୫ ତାରିଖ ଯାଏ ବିଭିନ୍ନ ଜିଲ୍ଲାରେ ବର୍ଷା ହେବ ।ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି। ତେବେ ଆସନ୍ତା ଦିନେରୁ ଦୁଇଦିନ ମଧ୍ୟରେ ସ୍ପଷ୍ଟ ଚିତ୍ର ମିଳିପାରିବ।

କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ୨୪ ଘଣ୍ଟା ଭିତରେ ସୁନ୍ଦରଗଡ଼, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କଟକ ସମେତ ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ଆସନ୍ତାକାଲି ପାଇଁ ପ୍ରବଳ ବର୍ଷା ନେଇ ୧୫ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ଜୁନ ୧ରୁ ଜୁଲାଇ ୧ ତାରିଖ ଯାଏ ସ୍ୱାଭାବିକଠୁ ୩୯ ପ୍ରତିଶତ କମ୍‌ ବର୍ଷା ହୋଇଛି । ୪ ଜିଲ୍ଲା ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ସୁନ୍ଦରଗଡ଼ରେ ୬୦ ପ୍ରତିଶତରୁ କମ୍‌ ବର୍ଷା ହୋଇଥିବା ଜଣାଯାଇଛି ।

Leave A Reply

Your email address will not be published.