ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଦକ୍ଷିଣ ଓଡ଼ିଶା ଉପକୂଳର ବଙ୍ଗୋପସାଗରର ପଶ୍ଚିମ କେନ୍ଦ୍ର ସଂଲଗ୍ନ ଉତ୍ତରପଶ୍ଚିମ ଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ବାୟୁମଣ୍ଡଳର ୭.୬ କିଲୋମିଟର ଯାଏ ବ୍ୟାପିଛି। ଏହା ଦକ୍ଷିଣ ପଶ୍ଚିମ ଦିଗକୁ ଢଳି ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ ଏହି ସୂଚନା ଦିଆଯାଇଛି।

ଲଘୁଚାପ ପ୍ରଭାବରେ ଆସନ୍ତା ୧୭ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହୋଇପାରେ। ଏଥିସହିତ ୧୯ତାରିଖ ବେଳକୁ ଆଉ ଏକ ଲଘୁଚାପ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଥିବାରୁ ଅନେକ ଅଞ୍ଚଳରେ ବର୍ଷା ହେଉଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ନବରଙ୍ଗପୁର, ନୂଆପଡା, ବଲାଙ୍ଗିର, କଳାହାଣ୍ଡି, ରାୟଗଡା ଏବଂ କୋରାପୁଟ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

ସୂଚନାଯୋଗ୍ୟ, ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିବା ପ୍ରଭାବରେ ବର୍ଷା ଲାଗିରହିଛି। ଆଜି କିଛି ଜିଲ୍ଲାରେ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ୱାର୍ଣ୍ଣିଂ ଜାରି କରାଯାଇଥିଲା। ରାୟଗଡ଼ା, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Leave A Reply

Your email address will not be published.