ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ସକାଳ ୫ଟା ୩୦ ମିନିଟ୍ ସମୟରେ ଏହି ଲଘୁଚାପ ସୃଷ୍ଟି ହୋଇଛି। ପ୍ରଭାବରେ ସୋମବାର ସକାଳ ସୁଦ୍ଧା ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ୨୨ ତାରିଖ ସକାଳେ ଅବପାତ ଏବଂ ୨୩ ତାରିଖରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ରୂପ ନେବାର ସମ୍ଭାବନା ରହିଛି।

ସମ୍ଭାବ୍ୟ ସାମୁଦ୍ରିକ ଝଡ଼ର ନାଁ ରଖାଯାଇଛି ‘ଦାନା’। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ୨୪ ସକାଳେ ଏହା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି । ତେବେ ସୂଚନା ମୁତାବକ, ଭୁବନେଶ୍ୱର ଆଞ୍ଚଳିକ ପାଣିପାଗର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଆସନ୍ତା ୨୩ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବ। ୨୩, ୨୪, ୨୫ ତାରିଖ ୩ ଦିନ ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କିଛି ଜିଲ୍ଲାରେ  ୨୦ରୁ ୩୦ ସେମି ବର୍ଷା ହେବାର ସମ୍ଭାବନା ରହିଛି। ଗୋଟିଏ ଦୁଇଟି ସ୍ଥାନରେ ୩୦ସେମିରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି।

ଜଗତସିଂହପୁର, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ଅଧିକ ବର୍ଷା ହେବ। ଏହି ୩ ଜିଲ୍ଲାରେ ପବନ ଯୋଗୁ ଗଛ ଉପୁଡ଼ିବା ସହ ତଳିଆ ଅଞ୍ଚଳରେ ପାଣି ଜମିବାର ସମ୍ଭାବନା ରହିଛି। ଲୋକେମାନେ ଭୟଭୀତ ନ ହୋଇ ନିରାପଦ ସ୍ଥାନରେ ରହିବାକୁ ପରାମର୍ଶ ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ଓ ଏଥିସହ ସମୁଦ୍ରରେ ଥିବା ମତ୍ସ୍ୟଜୀବୀଙ୍କୁ ଫେରିଆସିବାକୁ ଚେତାବନୀ ଜାରି ଜାରି ଯାଇଛି। ଆଜି ସକାଳେ ପାରାଦୀପ, ଗୋପାଳ ଓ ବାଲେଶ୍ୱର ଉପକୂଳକୁ କିଛି ମତ୍ସ୍ୟଜୀବୀ ଫେରି ଆସିଥିବା ଜଣାଯାଇଛି।

Leave A Reply

Your email address will not be published.