ରବିବାର ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ, ସାରା ଓଡ଼ିଶାରେ ପ୍ରବଳ ବର୍ଷିବ

0

ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ନିକଟବର୍ତ୍ତୀ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଛି ଏକ ଘୂର୍ଣ୍ଣିବଳୟ । ଆସନ୍ତା ରବିବାର ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଏକ ଲଘୁଚାପରେ ପରିଣତ ହେବ ବୋଲି ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । କେବଳ ଭାରତୀୟ ପାଣିପାଗ ବିଭାଗ ନୁହେଁ, ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟ୍ ବି ଏହି ଲଘୁଚାପ ସଂପର୍କରେ ସୂଚନା ଦେଇଛି । ପାଣିପାଗ କେନ୍ଦ୍ରର ମଧ୍ୟାହ୍ନ ବୁଲେଟିନରେ କୁହାଯାଇଛି ଯେ ଏହି ଲଘୁଚାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି ୨୫ ତାରିଖ ବେଳକୁ ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ବିଭାଗ ପକ୍ଷରୁ ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରପଡ଼ା,କଟକ, ଢେଙ୍କାନାଳ ଆଦି ଜିଲ୍ଲା ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ପରବର୍ତ୍ତୀ ୨ ଦିନରେ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୭  ଓ ୨୮ ତାରିଖ ବେଳକୁ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Leave A Reply

Your email address will not be published.