ବଙ୍ଗୋପସାଗରରେ ଲଘୁଚାପ, ୨୪ ଯାଏ ଛେଚିବ ବର୍ଷା

0

ଓଡ଼ିଆ ନ୍ୟୁଜ (ବ୍ୟୁରୋ) : ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଥିବା ଘୁର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିକେନ୍ଦ୍ର ପକ୍ଷରୁ ଏନେଇ ଟ୍ୱିଟ୍‌ କରି ସୂଚନା ଦିଆଯା଼ଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ରଟି ସୃଷ୍ଟି ହୋଇଛି।
ଏହାସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬କିମି ଉଚ୍ଚତା ଯାଏଁ ସକ୍ରିୟ ରହିଛି। ଏହି ଲଘୁଚାପ କ୍ଷେତ୍ର ଆଗାମୀ ଦୁଇଦିନ ଯାଏଁ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଓଡ଼ିଶା ମଧ୍ୟ ଦେଇ ଗତି କରିବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନିଗିରି, ଗଂଜାମ, ଗଜପତି ସମେତ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବାନା ରହିଛି।
ଏହା ସହ ପାର୍ଶ୍ୱବର୍ତ୍ତୀ ଜିଲ୍ଲା ରାୟଗଡ଼ା, ବୌଦ୍ଧ, ସୋନପୁର ଆଦି ୧୩ ଜିଲ୍ଲାକୁ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିଭଳି ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ମଧ୍ୟ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି। ମାଲକାନଗିରି ଓ କୋରାପୁଟରେ ଜିଲ୍ଲାରେ ଅତି ପ୍ରବଳ ହେବାର ସମ୍ଭାବନା ଥିବାରୁ ତଳିଆ ଅଞ୍ଚଳରେ ପାଣି ଜମିବାର ସମ୍ଭାବନା ରହିଛି।

Leave A Reply

Your email address will not be published.