ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସକ୍ରିୟ ହେବାରେ ଲାଗିଛି । ପଶ୍ଚିମ କେନ୍ଦ୍ରୀୟ ପାଶ୍ଵବର୍ତ୍ତୀ ଦକ୍ଷିର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତରପୂର୍ବ ଦିଗରେ ଗତି କରି ଘନୀଭୂତ ହୋଇ ୨୪ ତାରିଖ ସକାଳେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଶୁକ୍ରବାର ସକାଳ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଘନୀଭୂତ ହୋଇ ଅବପାତର ରୂପ ନେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଏହାପରେ ଅବପାତ ଉତ୍ତର-ପୂର୍ବ ଦିଗରେ ଗତି କରି ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୫ ଓ ୨୬ ତାରିଖରେ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ କହିଛି। ୨୫ରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବ ।  ୨୬ରେ  ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ସେପଟେ ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଗୁଳୁଗୁଳି ସହ ଗ୍ରୀଷ୍ମ ପ୍ରବାହ ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ଉତ୍ତର ପୂର୍ବ ଦିଗରେ ଗତି କରି ୨୪ ତାରିଖ ସକାଳ ସୁଦ୍ଧା ଅବପାତରେ ପରିଣତ ହେବ । ପରେ ଏହା କ୍ରମଶଃ ଉତ୍ତର ପୂର୍ବ ଦିଗରେ ନିଜ ଗତି ଜାରି ରଖିବ । ଏହାର ପ୍ରଭାବରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଓ ନିକଟବର୍ତ୍ତୀ ଅଞ୍ଚଳରେ ଘଣ୍ଟାକୁ ୩୦ରୁ ୪୦କିମି ବେଗରେ ପବନ ପ୍ରବାହିତ ହେଉଛି । ଶୁକ୍ରବାର ଏହା ବଢ଼ି ୪୦ ରୁ ୫୦ କିମି ବେଗରେ ପବନ ବହିବ ।

Leave A Reply

Your email address will not be published.