ଆସୁଛି ଲଘୁଚାପ : ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ୪୮ ଘଣ୍ଟାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ୩ ଏବଂ ୪ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ବିଜୁଳି ଘଡ଼ିଘଡ଼ି ସହ ବର୍ଷା ପାଇଁ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ  ଜାରି କରିଛି ପାଣିପାଗ ବିଭାଗ। ପ୍ରବଳ ବର୍ଷା ନେଇ ୩ ତାରିଖରେ ୧୮ ଜିଲ୍ଲା ଓ ୪ ତାରିଖ ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି  । ଏସବୁ ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୫ ତାରିଖରେ ବର୍ଷା ପ୍ରଭାବ କମିବ ।

ଦୁର୍ବଳ ମୌସୁମୀ ଯୋଗୁଁ ଅଗଷ୍ଟ ମାସରେ ରାଜ୍ୟରେ ବର୍ଷା କମିଛି ଏବଂ ତାତି ଏବଂ ଗୁଳୁଗୁଳି ବଢ଼ିଛି  । ରାଜ୍ୟରେ ଆହୁରି ୪୮ ଘଣ୍ଟା ଗୁଳୁଗୁଳି ଅନୁଭୂତ ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।  ଦୁର୍ବଳ ମୌସୁମୀ ପ୍ରବାହ ପାଇଁ ଉପକୂଳ ଓଡ଼ିଶାରେ ଦିନ ତାପମାତ୍ରା ସ୍ବାଭାବିକ ଠାରୁ ୩ରୁ ୪ ଡିଗ୍ରୀ ଅଧିକ ରେକର୍ଡ ହୋଇଛି । ୧୨ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ୧୮ ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଥିବା ସୂଚନା ମିଳିଛି ।

Leave A Reply

Your email address will not be published.