୪ରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଦକ୍ଷିଣ-ପୂର୍ବ ବାଂଲାଦେଶ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟ ସହ ଏକ ନିମ୍ନଚାପରେଖା ଦକ୍ଷିଣ-ପୂର୍ବ ବାଂଲାଦେଶ ଏବଂ ପାର୍ଶ୍ବବର୍ତ୍ତୀ ଉତ୍ତର ଆଣ୍ଡାମାନ ସାଗର ସହ ମିଆଁମାର ଉପକୂଳ ପର୍ଯ୍ୟନ୍ତ ଲମ୍ବିଛି। ଏହା କ୍ରମଶଃ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଉତ୍ତର ବଙ୍ଗୋପସାଗର ନିକଟସ୍ଥ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳ ନିକଟରେ ୪ ତାରିଖ ବେଳକୁ ଲଘୁଚାପ ରୂପ ନେଇପାରେ।

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ନେଇ ସୂଚନା ଦେଇଛନ୍ତି ଆଇଏମ୍‌ଡି ମହାନିର୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର । ତେବେ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତାକାଲି ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ପରେ ଉତ୍ତର ଓଡ଼ିଶା ଓ ଏହାର ପାର୍ଶ୍ବବର୍ତ୍ତୀ ଜିଲ୍ଲାଗୁଡିକରେ ବର୍ଷା ପରିମାଣ ବଢିପାରେ। ତେବେ ଏହା ଘନିଭୂତ ହେବା କିମ୍ବା ବାତ୍ୟା ରୂପ ନେବା ନେଇ ଆଶଙ୍କା ନଥିବା କହିଛି ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ପାଇଁ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ ଏବଂ ଢେଙ୍କାନାଳ ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି।

ପ୍ରଶାନ୍ତ ମହାସାଗରରେ ନ୍ୟୁଟ୍ରାଲ୍‌ ଏଲ୍‌-ନିନୋ ରହିଛି, ତେଣୁ ଅନୁମାନ କରାଯାଉଛି ଅକ୍ଟୋବର ଓ ନଭେମ୍ୱରରେ ଲା-ନିନା ଅବସ୍ଥାକୁ ଆସିବା ସମ୍ଭାବନା ରହିଛି। ଲା-ନିନା ଅବସ୍ଥାକୁ ଯେତେବେଳେ ଆସିଯାଏ ସେତେବେଳେ ସାଧାରଣତଃ ଉତ୍ତର ଭାରତରେ ତାପମାତ୍ରା କମ୍‌ ରହିଥାଏ; କିନ୍ତୁ ସାଧାରଣତଃ ଲା-ନିନା ବର୍ଷରେ ତାପମାତ୍ରା କମ୍‌ ରହିଥିବା ଦେଖାଯାଇଛି।

Leave A Reply

Your email address will not be published.