ଆସୁଛି ଲଘୁଚାପ

0

ଓଡ଼ିଆ ନ୍ୟୁଜ୍: ଆସୁଛି ଲଘୁଚାପ। ଆସନ୍ତା ୧୫ରେ ଲଘୁଚାପ ସମ୍ଭାବନା ରହିଛି । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ଆଶଙ୍କା ରହିଛି । ପୂର୍ବ ଭାରତ ମହାସାଗର ଏବଂ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ପୂର୍ବ ମହାସାଗରରେ ଏକ ସକ୍ରିୟ ଘୂର୍ଣ୍ଣିବଳୟ ରହୁଛି । ଯାହା ସମୁଦ୍ର ପୃଷ୍ଠରୁ ୫.୮ କିଲୋମିଟର ପର୍ଯ୍ୟନ୍ତ ବିସ୍ତାର ହୋଇଛି । ଏହା ପ୍ରଭାବରେ ଆସନ୍ତା ୧୫ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ଶ୍ରୀଲଙ୍କାର ଦକ୍ଷିଣ ଭାଗରେ ବର୍ଷା ହେବ । ତେବେ ଏହାର ପ୍ରଭାବ ଓଡ଼ିଶା ଉପରେ ନାହିଁ ବୋଲି କହିଛି ପାଣିପାଗ ବିଭାଗ ।

ସେପଟେ ଗତ ୨୪ ଘଣ୍ଟାରେ ରାଉରକେଲାରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ପାହାଡିଆ ଅଞ୍ଚଳ ଜି. ଉଦୟଗିରିରେ ୭.୬ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି । ସେହିପରି ସର୍ବାଧିକ ଦିନର ତାପମାତ୍ରା ୩୪ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି ।

Leave A Reply

Your email address will not be published.