ଲାଇକେରା ଓ କିରିମେରା ହେଲା ଓଡ଼ିଶାର ୨୩ତମ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା, ୯ ଟି ନୂଆ ପଦବୀ ସୃଷ୍ଟି କଲେ ରାଜ୍ୟ ସରକାର

0

ଓଡ଼ିଆ ନ୍ୟୁଜ(ବ୍ୟୁରୋ): ଝାରସୁଗୁଡ଼ା ଜିଲ୍ଲାର ଲାଇକେରା ଓ କିରୀମେରା — ଏହି ଦୁଇଟି ବ୍ଲକକୁ ନୂତନ ଭାବରେ ଗଠିତ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାଇଁ ରାଜ୍ୟ ସରକାର 9 ଟି ନୂତନ ପଦବୀକୁ ମଞ୍ଜୁରୀ ଦେଇଛନ୍ତି।ଏହା ଅଧୀନରେ ଲାଇକେର ଓ କିରୀମେରା ବ୍ଲକର ସମସ୍ତ ଗାଁ ଏହି ନୂତନ ITDA ଅଧୀନରେ ରହିବ।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ନୂତନ ପଦବୀକୁ ଅନୁମୋଦନ ଦେଇଛନ୍ତି। ଏହାଦ୍ବାରା ଏହି ଦୁଇଟି ବ୍ଲକରେ ଜନଜାତି ବିକାଶ ଓ କଲ୍ୟାଣ କାର୍ଯ୍ୟକ୍ରମ ତ୍ୱରାନ୍ୱିତ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।
ଏହି ନୂତନ ପଦବୀ ଗୁଡିକ ହେଲା ଗୋଟିଏ ପ୍ରକଳ୍ପ ପ୍ରଶାସକ (project administrator), ଗୋଟିଏ ସ୍ବତନ୍ତ୍ର ଅଧିକାରୀ (special officer), ଜଣେ ଆସିଷ୍ଟାଣ୍ଟ ଏକ୍ଜିକ୍ୟୁଟିଭ ଇଞ୍ଜିନିୟର , ଜଣେ ଆସିଷ୍ଟାଣ୍ଟ ଇଞ୍ଜିନିୟର , ଜଣେ ଆକାଉଣ୍ଟାଣ୍ଟ, ଜଣେ ହେଡ କ୍ଲାର୍କ, କନିଷ୍ଠ ଷ୍ଟେନୋ ଗ୍ରାଫର- ୧, ଜଣେ ବରିଷ୍ଠ କ୍ଲର୍କ ଓ ଜଣେ କନିଷ୍ଠ କ୍ଲର୍କ।

ସୂଚନାଯୋଗ୍ୟ ଯେ ଲାଇକରା ଓ କିରୀମେର ବ୍ଲକରେ ମୁଖ୍ୟତଃ ଗଣ୍ଡ, ଭୁଇଆଁ, ଓ କିସାନ୍ ବର୍ଗର ଆଦିବାସୀ ମାନେ ରହୁଥିବା ବେଳେ ମୁଣ୍ଡା, କୋଲ୍ହ, ଓରାଓଁ, ଶବର, ଖରିଆ ଓ ସାରା ବର୍ଗର ଆଦିବାସୀ ମାନେ ମଧ୍ୟ ଅଛନ୍ତି। ଲାଇକେରାରେ ଆଦିବାସୀଙ୍କ ସଂଖ୍ୟା ୫୧.୭୮ ପ୍ରତିଶତ ହୋଇଥିବା ବେଳେ କିରୀମେରାରେ ଏହା ୧୮.୪୬ ପ୍ରତିଶତ।

Leave A Reply

Your email address will not be published.