ଖୋଲିଲା ମା’ ମଝିଘରିଆଣୀଙ୍କ ହୁଣ୍ଡି

0

ଓଡ଼ିଆ ନ୍ୟୁଜ୍: ଖୋଲିଲା ମା ମଝିଘରିଆଣି ମନ୍ଦିର ହୁଣ୍ଡି।ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିର ହୁଣ୍ଡି ସୋମବାର ସକାଳ ୯ଟାରେ ଖୋଲାଯାଇଛି। ମନ୍ଦିରରେ ଥିବା ୯ଟି ଦାନହୁଣ୍ଡି ହୁଣ୍ଡି ଖୋଲାଯାଇ ଗଣତି ଆରମ୍ଭ କରାଯାଇଛି। ଚଳିତ ଥର ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ କର୍ମଚାରୀ, ମନ୍ଦିର ପରିଚାଳନା କମିଟି ଓ ବିଭିନ୍ନ ମହିଳା ସୟଂ ସହାୟକ ଗୋଷ୍ଠୀ ପକ୍ଷରୁ ହୁଣ୍ଡିରୁ ବାହାରିଥିବା ଟଙ୍କା ଓ ଅଳଙ୍କାର ଗଣତି ଜାରିରହିଛି। ଗତ ଥର ଜାନୁଆରୀ ୨୭ ତାରିଖରେ ହୁଣ୍ଡିରୁ ନଗଦ ନଗଦ ୯୪ ଲକ୍ଷ ୪୯ ହଜାର ୫୪ ଟଙ୍କା ସହିତ ୯୩ ଗ୍ରାମ ସୁନା ଓ ୨୧୭୦ ଗ୍ରାମ ରୁପା ବାହାରିଥିଲା।

ଏଥିସହିତ ବିଭିନ୍ନ ପ୍ରକାର ୫ଟି ବିଦେଶୀ ନୋଟ୍‌ ମଧ୍ୟ ବାହାରିଥିଲା। ଏହା ପୂର୍ବରୁ ୨୦୨୪ ଜୁଲାଇ ୨୪ରେ ହୁଣ୍ଡିରୁ ନଗଦ ନଗଦ ୯୯ ଲକ୍ଷ ୧୫ ହଜାର ୪୨୨ ଟଙ୍କା ସହିତ ୫୩ ଗ୍ରାମ ସୁନା ଓ ୨୩୯୨ ଗ୍ରାମ ରୂପା ବାହାରିଥିଲା। ଏଥିସହିତ ବିଭିନ୍ନ ପ୍ରକାର ୩୩ଟି ବିଦେଶୀ ନୋଟ୍‌ ମଧ୍ୟ ବାହାରିଥିଲା। ଏଥିରେ ଇଂଲଣ୍ଡର ୨୦ ପାଉଣ୍ଡ ନୋଟ ୨୦ଟି, ୧୦ ପାଉଣ୍ଡ ନୋଟ୍‌ ୧୦ଟି, କାନା ୫ କାନାଡିଆନ ଡଲାର ୧ଟି, ଆମେରିକାର ୨୦ ଡଲାର ନୋଟ ୧ଟି ଏବଂ ଥାଇଲାଣ୍ଡର ୧୦୦ ଥାଇ ନୋଟ ରହିଥିଲା।

Leave A Reply

Your email address will not be published.