ମଧୁସୂଦନ ପାଢ଼ୀ ରାଜ୍ୟ ନିର୍ବାଚନ କମିଶନ

0

ଓଡ଼ିଶା ନ୍ୟୁଜ୍: ଓଡ଼ିଶାର ନିର୍ବାଚନ କମିଶନ ହେଲେ ଅବସରପ୍ରାପ୍ତ ଆଇଏଏସ୍‌ ଅଧିକାରୀ ମଧୁସୂଦନ ପାଢ଼ୀ। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଆଦିତ୍ୟ ପାଢ଼ୀଙ୍କ ଅବସର ପରେ ଖାଲି ପଡ଼ିଥିଲା ରାଜ୍ୟ ନିର୍ବାଚନ କମିଶନର ପଦ। ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି ମଧୁସୂଦନ ପାଢ଼ୀଙ୍କୁ ଏହି ପଦରେ ନିଯୁକ୍ତି ପ୍ରଦାନ କରାଯାଇଛି।

ତେବେ ମଧୁସୂଦନ ପାଢ଼ୀ ହେଉଛନ୍ତି ୧୯୯୧-ବ୍ୟାଚ୍ ଓଡିଶା କ୍ୟାଡରର ଆଇଏଏସ୍ ଅଧିକାରୀ। ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେବା ପରେ ପ୍ରଥମେ ସେ କନ୍ଧମାଳ ଜିଲ୍ଲା ବାଲିଗୁଡାର ସବ୍ କଲେକ୍ଟର ଭାବରେ କାର୍ଯ୍ୟ କରିଥିଲେ। ପରେ ପ୍ରୋଜେକ୍ଟ ନିର୍ଦ୍ଦେଶକ, ଡିଆରଡିଏ, ମୟୂରଭଞ୍ଜ ପରେ ବିଭିନ୍ନ ବିଭାଗର ଥିଲେ ସଚିବ।

Leave A Reply

Your email address will not be published.