ମହାନଦୀ ରିଭର ଫ୍ରଣ୍ଟ ପାଇଁ ୨୧୦ କୋଟି

0

ଓଡ଼ିଆ ନ୍ୟୁଜ୍: ମହାନଦୀ ରିଭର ଫ୍ରଣ୍ଟ ପ୍ରକଳ୍ପର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ।୨୧୦ କୋଟି ଟଙ୍କା ବ୍ୟୟରେ ହେବ କଟକ ମହାନଦୀ ତଟ ସୌନ୍ଦର୍ଯ୍ୟକରଣ। ୪୨୬ ଏକର ଅଞ୍ଚଳରେ ହେବ ମହାନଦୀ ତଟ ସୌନ୍ଦର୍ଯ୍ୟକରଣ।ଜାତୀୟ ସ୍ତରର ଏକ ଆକର୍ଷଣୀୟ ପର୍ଯ୍ୟଟନ ପ୍ରକଳ୍ପ ଭାବେ ବିକଶିତ ହେବ।ତୁରନ୍ତ କାର୍ଯ୍ୟ ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ।

ସୂଚନାଯୋଗ୍ୟ ଯେ, ୨୧୦ କୋଟି ଟଙ୍କା ବ୍ୟୟରେ କଟକ ମହାନଦୀ କୂଳର ୪୨୬ ଏକର ଅଞ୍ଚଳକୁ ଏହି ପ୍ରକଳ୍ପ ଜରିଆରେ ବିକଶିତ କରାଯିବ। ନ୍ୟାସନାଲ ଗ୍ରୀନ୍ ଟ୍ରିବ୍ୟୁନାଲର ନିର୍ଦ୍ଦେଶ ଅନୁଯାୟୀ ୨୮୪ ଏକର ଅଞ୍ଚଳରେ ସବୁଜ ବଳୟ ସୃଷ୍ଟି କରାଯିବ ଏବଂ ଅବଶିଷ୍ଟ ୧୪୨ ଏକର ଅଞ୍ଚଳକୁ ପର୍ଯ୍ୟଟନ ଉପଯୋଗୀ କରାଯିବା ସହିତ ବିଭିନ୍ନ ଯାନିଯାତ୍ରା ପାଇଁ ମଧ୍ୟ ଉପଯୋଗୀ କରାଯିବ । ଏଥିରେ ଓଡ଼ିଶା ହାଟ, ହେରିଟେଜ ଭିଲେଜ, ପିକନିକ୍ ଏରିଆ, ଇଣ୍ଟରପ୍ରିଟେସନ ସେଣ୍ଟର, ଫୁଡ କୋର୍ଟ, ଲନ, ବଗିଚା, ମହାନଦୀ କୂଳ ସ୍ଥିତ ବିଭିନ୍ନ ୱାଟରବଡିର ସୌନ୍ଦର୍ଯ୍ୟକରଣ ଏବଂ ଅନ୍ୟାନ୍ୟ କାର୍ଯ୍ୟ ରହିଛି । ଏସବୁ ନିର୍ମାଣ କାର୍ଯ୍ୟରେ ଗ୍ରୀନ ଟ୍ରିବ୍ୟୁନାଲ ଗାଇଡଲାଇନ ପାଳନ କରାଯିବ।

Leave A Reply

Your email address will not be published.