ଓଡ଼ିଆ ନ୍ୟୁଜ୍: ଟଙ୍କା ଚୋରି ଧରା ପଡିବା ପରେ ଶାଶୁଙ୍କୁ ନିଆଁ ଲଗାଇ ପୋଡି ଦେଲେ ବୋହୂ । ଏପରି ଏକ ଅଭାବନିୟ ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଜିଲ୍ଲାରେ । ମାଲକାନଗିରି ଥାନା ଅନ୍ତର୍ଗତ ଏମଭି ୧୮ ଗ୍ରାମର ରେଣୁକା ବୈଦ୍ୟ ନିଜ ଘରେ ଶୋଇଥିବା ବେଳେ ବେଳେ ବୋହୂ ଜୟା ତାଙ୍କ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇବା ପରେ ଘରର କବାଟ ବନ୍ଦ କରି ଚାରି ମାସର ପୁଅକୁ ନେଇ ବାପ ଘରକୁ ଚାଲି ଯାଇଛନ୍ତି ।
ଗୁରୁତର ଅବସ୍ଥାରେ ଗାଁ ଲୋକେ ପ୍ରଥମେ ମାଲକାନଗିରି ଜିଲ୍ଲା ସଦର ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ ହେଲେ ରେଣୁକାଙ୍କ ଶରୀରର ୬୦ ପ୍ରତିଶତ ପୋଡି ଯାଇଥିବାରୁ ତାଙ୍କୁ ଛତିଶଗଡ ରାୟପୁରର ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି ।