ଓଡ଼ିଆ ନ୍ୟୁଜ୍: ସରିଲା ବିଧାନସଭା ଅଧିବେଶନ।ସପ୍ତଦଶ ବିଧାନସଭାର ଚତୁର୍ଥ ଅଧିବେଶନ ବୁଧବାର ଦିନ ଶେଷ ହୋଇଛି। ମୌସୁମୀ ଅଧିବେଶନ ପୂର୍ବ ନିର୍ଦ୍ଧାରିତର ଦିନକ ପୂର୍ବରୁ ଶେଷ ହୋଇଛି। ସେପ୍ଟେମ୍ବର ୧୬ରୁ ଅଧିବେଶନ ଆରମ୍ଭ ହୋଇଥିଲା।
ସୂଚୀ ଅନୁସାରେ ସେପ୍ଟେମ୍ବର ୨୫ ଯାଏଁ ଗୃହ ଚାଲିବାର ଥିଲା। ତେବେ ବାଚସ୍ପତି ସୁରମା ପାଢ଼ୀ ଅନିର୍ଦ୍ଦିଷ୍ଟ କାଳ ପାଇଁ ଗୃହ କାର୍ଯ୍ୟ ମୁଲତବି ରଖିଛନ୍ତି। କିଛି ସରକାରୀ କାର୍ଯ୍ୟ ନଥିବାରୁ ଓ ନବରାତ୍ର ପୂଜା ପାଇଁ ସରକାରୀ ଦଳ ମୁଖ୍ୟ ସଚେତକ ଗୃହ କାର୍ଯ୍ୟକୁ ବନ୍ଦ ପ୍ରସ୍ତାବ ଆଣିଛନ୍ତି।