‘ଅନ୍ୟ ରାଜ୍ୟର ନକ୍ସଲଙ୍କୁ ଆତ୍ମସମର୍ପଣ ପାଇଁ ଆହ୍ୱାନ’

0

ଓଡ଼ିଆ ନ୍ୟୁଜ୍: ଅନ୍ୟ ରାଜ୍ୟର ନକ୍ସଲଙ୍କୁ ଆତ୍ମସମର୍ପଣର ଆହ୍ୱାନ ଦେଲେ ରାଜ୍ୟ ସରକାର। ନକ୍ସଲମୁକ୍ତ ଦେଶ ପାଇଁ ଓଡ଼ିଶା ସରକାରଙ୍କ ନୂଆ ରୋଡ୍‌ମ୍ୟାପ୍। ୨ ମାସରେ ଦ୍ୱିତୀୟ ଥର ପାଇଁ ସଂଶୋଧିତ ହେଲା ପ୍ୟାକେଜ୍। ଏଣିକି ଆତ୍ମସମର୍ପଣର ୬୦ ଦିନ ସୁଦ୍ଧା ମିଳିବ ଥଇଥାନ ସୁବିଧା।ଏନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ଜାରି ହେଲା ବିଜ୍ଞପ୍ତି। ଥଇଥାନ ପ୍ୟାକେଜ ବା ପୁନର୍ବାସ ନୀତିରେ ନୂଆ ନିୟମ। ଓଡ଼ିଶାରେ ସକ୍ରିୟ ନକ୍ସଲଙ୍କୁ ମିଳିବ ଯୋଜନାର ସୁବିଧା।ମୁଣ୍ଡଜାମିନ ପୁରସ୍କାର ରାଶିକୁ ଅତ୍ୟଧିକ ବୃଦ୍ଧି କଲେ ସରକାର।କେନ୍ଦ୍ରୀୟ କମିଟି ବା ପଲିଟବ୍ୟୁରୋ ସଭ୍ୟଙ୍କୁ ସର୍ବାଧିକ ୧.୧୦ କୋଟି।

ରାଜ୍ୟ କମିଟି ୫୫ ଲକ୍ଷ, ଆଂଚଳିକ କମିଟି ସଭ୍ୟ ୩୩ ଲକ୍ଷ ଟଙ୍କା ଧାର୍ଯ୍ୟ।୫ ଲକ୍ଷରୁ ଅଧିକ ପୁରସ୍କାର ଥିବା ନକ୍ସଲଙ୍କୁ ଅତିରିକ୍ତ ୧୦ ଲକ୍ଷ ଫିକ୍ସଡ୍ ଡିପୋଜିଟ୍। ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କରୁଥିବା କ୍ୟାଡର୍‌ଙ୍କ ପାଇଁ ସ୍ୱତନ୍ତ୍ର ପ୍ୟାକେଜ୍।ଏଲ୍‌ଏମ୍‌ଜି ବନ୍ଧୁକ ପାଇଁ ୪.୯୫ ଲକ୍ଷ ଓ ଏକେ-୪୭ ପାଇଁ ୩.୩୦ ଲକ୍ଷ ଟଙ୍କା। ଇନସାସ୍ ବା ଏସ୍‌ଏଲ୍‌ଆର୍‌ ରାଇଫଲ୍ ପାଇଁ ୧.୬୫ ଲକ୍ଷ ଟଙ୍କା ଅଲଗା ଦିଆଯିବ।ଗୋଟିଏ ଗ୍ରେନେଡ୍ ପାଇଁ ୫୫୦ ଟଙ୍କା ଓ ପ୍ରତି ଗୁଳି ପାଇଁ ୫୫ ଟଙ୍କା ପୁରସ୍କାର। କୌଣସି ଅସ୍ତ୍ର ନଥାଇ ଆତ୍ମସମର୍ପଣ କଲେ ଅତିରିକ୍ତ ୨୫ ହଜାର ଟଙ୍କା ପ୍ରୋତ୍ସାହନ। ଚଳିତବର୍ଷ ମାର୍ଚ୍ଚ ମାସ ଶେଷ ସୁଦ୍ଧା ନକ୍ସଲମୁକ୍ତ କରିବା ଲକ୍ଷ୍ୟରେ ସରକାର।

Leave A Reply

Your email address will not be published.