ଅଜିଠୁ ରାଜ୍ୟରେ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଜିଠୁ ରାଜ୍ୟରେ ଆରମ୍ଭ ହେଉଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା। ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ୍ ସପ୍ଲିମେଣ୍ଟାରୀ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ।

ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ ବା ମାଟ୍ରିକ୍ ପରୀକ୍ଷାରେ ଅକୃତକାର୍ଯ୍ୟ ଏବଂ ଅନୁପସ୍ଥିତ ରହିଥିବା ପରୀକ୍ଷାର୍ଥୀ ମାନେ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ ।ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ ବା ମାଟ୍ରିକ୍ ପରୀକ୍ଷାରେ ଅକୃତକାର୍ଯ୍ୟ ଏବଂ ଅନୁପସ୍ଥିତ ରହିଥିବା ପରୀକ୍ଷାର୍ଥୀମାନେ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ।  ଗଣିତ ବ୍ୟତୀତ ପ୍ରତ୍ୟେକ ବିଷୟର ପରୀକ୍ଷା ପୂର୍ବାହ୍ନ ୯ଟାଠାରୁ ଆରମ୍ଭ ହୋଇ ପୂର୍ବାହ୍ନ ୧୧ଟା ୩୦ ପର୍ଯ୍ୟନ୍ତ ହେବ।

ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବା ନିମନ୍ତେ ୯୭୨ ଜଣ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଛନ୍ତି। ରାଜ୍ୟରେ ୮୩ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ପାଇଁ ମୋଟ୍ ୧୨୧ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ୨୪ ହଜାର ୫୨୦ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେବେ।

Leave A Reply

Your email address will not be published.