ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ

0

ଓଡିଆ ନ୍ୟୁଜ (ବ୍ୟୁରୋ) : ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ୧୩୧୦ ଛାତ୍ରଛାତ୍ରୀ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଇଥିବା ବେଳେ ସେଥି ମଧ୍ୟରୁ ୪୩୩ ପିଲା କୃତକାର୍ୟ୍ୟ ହୋଇଛନ୍ତି। ସେହିପରି ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାରେ ୬୭୭୮ ପରୀକ୍ଷାର୍ଥୀ ପାସ୍‌ କରିଛନ୍ତି। ୮୧୯୫ ଛାତ୍ରଛାତ୍ରୀ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଦେଇଥିଲେ। ବୋର୍ଡ ୱେବସାଇଟରେ ଉଭୟ ରେଜଲ୍ଟ ଉପଲବ୍ଧ ଥିବା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ଲାଇ ୩ ତାରିଖରେ ମାଟ୍ରିକ ସପ୍ଲିମେଣ୍ଟାରୀ ଆରମ୍ଭ ହୋଇ ୮ ତାରିଖ ପର୍ୟ୍ୟନ୍ତ ଚାଲିଥିଲା। ୮୦ଟି କେନ୍ଦ୍ରରେ ଏହି ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ଦିନ ୧୧ଟାରେ ସରିଥିଲା। ଦ୍ୱିତୀୟ ସିଟିଂରେ ଷ୍ଟେଟ୍ ଓପନ ସ୍କୁଲ ପରୀକ୍ଷା କରାଯାଇଥିଲା। ପରୀକ୍ଷାରେ କୃତକାର୍ୟ୍ୟ ହେଲେ ଛାତ୍ରଛାତ୍ରୀଙ୍କୁ ସିଧା ଯୁକ୍ତ ଦୁଇରେ ନାମ ଲେଖାଇବାକୁ ସୁଯୋଗ ମିଳିବ ବୋଲି ସୂଚନା ଦିଆଯାଇଥିଲା।

ଅନ୍ୟପଟେ ରାଜ୍ୟରେ ଚଳିତ ଶିକ୍ଷାବର୍ଷରେ ଯୁକ୍ତ ଦୁଇ ଶ୍ରେଣୀ(ଏକାଦଶ)ରେ ମୋଟ ୧ଲକ୍ଷ ୩୧ହଜାର ୬୦୩ଟି ସିଟ୍ ଖାଲି ପଡ଼ିଛି । ଚଳିତ ଶିକ୍ଷାବର୍ଷରେ ରାଜ୍ୟର ମୋଟ ୨୧୬୭ଟି ଉଚ୍ଚ ମାଧ୍ୟମିକ ଶିକ୍ଷାନୁଷ୍ଠାନ ଓ ଜୁନିୟର କଲେଜରେ ଥିବା ୫ଲକ୍ଷ ୯ହଜାର ୩୭୩ଟି ସିଟ୍ ମଧ୍ୟରୁ ୩ଲକ୍ଷ ୭୭ହଜାର ୭୭୦ଟି ସିଟରେ ଛାତ୍ରଛାତ୍ରୀମାନେ ନାମ ଲେଖାଇଛନ୍ତି ।

Leave A Reply

Your email address will not be published.