କୋଭିଡ୍ ସ୍ଥିତିକୁ ନେଇ କାଲି ବସିବ ବଡ ବୈଠକ

0

ଓଡ଼ିଆ ନ୍ୟୁଜ୍: କାଲି କେନ୍ଦ୍ର ସ୍ବାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ । ସେପଟେ ସଂକ୍ରମଣ ବଢୁଥିବାରୁ ରାଜ୍ୟମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଅନ୍ୟପଟେ ଚିନ୍ତା ବଢ଼ାଇଲାଣି ୬ ସଂକ୍ରମିତଙ୍କ ମୃତ୍ୟୁ ।ସମୟ ଥାଉ ଥାଉ କରୋନା ମୁକାବିଲା ପାଇଁ ଅଣ୍ଟା ଭିଡିଲେଣି କେନ୍ଦ୍ର ସରକାର । କାଲି କେନ୍ଦ୍ର ସ୍ବାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ ।

ସେପଟେ ସଂକ୍ରମଣ ବଢୁଥିବାରୁ ରାଜ୍ୟମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଅନ୍ୟପଟେ ଚିନ୍ତା ବଢ଼ାଇଲାଣି ୬ ସଂକ୍ରମିତଙ୍କ ମୃତ୍ୟୁ । ମହାରାଷ୍ଟ୍ରରୁ ୩, କେରଳରୁ ୨ ଓ କର୍ଣ୍ଣାଟକରେ ଜଣଙ୍କ ଜୀବନ ନେଇଛି କରୋନାର ନୂଆ ପ୍ରଜାତି ଜେଏନ୍‌ ଡଟ୍‌ ୱାନ୍‌ । ସେହିପରି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର ସୂଚନା ଅନୁସାରେ ସବୁଠୁ ଅଧିକ ସଂକ୍ରମିତ କେରଳରୁ ଚିହ୍ନଟ ହେଉଛନ୍ତି ।

Leave A Reply

Your email address will not be published.