ରାଜ୍ୟରେ ପୁଣି ଖସିଲା ପାରଦ; ପୁଣି ଆସୁଛି ବର୍ଷା

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ପୁଣି ଆସୁଛି ବର୍ଷା | ରାଜ୍ୟର କିଛି ସ୍ଥାନରେ ୪ ଦିନ ସ୍ୱଳ୍ପ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ପଶ୍ଚିମା ଝଡ଼ ପ୍ରଭାବରେ ୩୧ରୁ କାଁ ଭାଁ ହାଲୁକା ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଅନ୍ୟପଟେ ବାୟୁମଣ୍ଡଳରେ ଜଳିୟବାଷ୍ପ ପରିମାଣ ଅଧିକ ରହୁଥିବାରୁ ରାଜ୍ୟର କିଛି ଜିଲ୍ଲାରେ ଘନ କୁହୁଡି ଦୃଶ୍ୟମାନ ହୋଇଛି । ଅନ୍ୟପଟେ ୩୧ ତାରିଖରୁ ପୁଣି ଭିଜିବ ଓଡିଶା । ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟରେ ପୁଣି ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୪ ତାରିଖ ସକାଳ ଯାଏ ପଶ୍ଚିମା ଝଡ ପ୍ରଭାବରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ଡ. ଉମାଶଙ୍କର ଦାସ କହିଛନ୍ତି, ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତା ୩୧ ତାରିଖରୁ କାଁ ଭାଁ କିଛି ସ୍ଥାନରେ ବର୍ଷା ସମ୍ଭାବନା ଅଛି । କିନ୍ତୁ ଅଧିକ ବର୍ଷା ବା ବିସ୍ତୃତ ଅଞ୍ଚଳରେ ବର୍ଷା ହେବନି । ତେବେ ସୋମବାରଠାରୁ ରାଜ୍ୟରେ ରାତି ତାପମାତ୍ରା ଆହୁରି ବଢ଼ିଯିବ ।

୩୧ରେ ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝରର ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇପାରେ । ୧ରେ ବାଲେଶ୍ୱର, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ଅଛି । ୨ ଓ ୩ ତାରିଖରେ ଉତ୍ତର ଓଡ଼ିଶାର ଅଳ୍ପ କିଛି ସ୍ଥାନରେ କାଁ ଭାଁ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ ପୂର୍ବାନୁମାନ କରିଛି ।

Leave A Reply

Your email address will not be published.