ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ରାଜ୍ୟରେ ଗୁରୁବାରଠାରୁ ବର୍ଷା ଆରମ୍ଭ ହେବ । ଉପକୂଳ, ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାରେ ବର୍ଷା ହେବ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ହେବ ।ପ୍ରବଳ ବର୍ଷା ପାଇଁ ୨ତାରିଖରୁ ଉପକୂଳ ଓଡ଼ିଶାର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ୩ତାରିଖରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷାର ଚେତାବନୀ। ମହାଷ୍ଟମୀରେ ଭିଜିବ ପୁରା ରାଜ୍ୟ। ୩ତାରିଖରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏଭଳି ପୂର୍ବାନୁମାନ, ଲଘୁଚାପ ଯୋଗୁ ୧ ତାରିଖରୁ ବର୍ଷା ପରିମାଣ ବଢିଯିବ। ୩ ଯାଏ ବର୍ଷା ଜାରି ରହିବ । ଗୁରୁବାର ୧୪ ଜିଲ୍ଲାର କିଛି ସ୍ଥାନରେ ବର୍ଷା ସମ୍ଭାବନା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୩୦ରେ ଉତ୍ତର ଓ ଦକ୍ଷିଣ ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ୧ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ଲଘୁଚାପ ରୂପ ନେଇପାରେ । ଏହାର ପ୍ରଭାବରେ ୧ ଓ ୨ ତାରିଖରେ ପ୍ରବଳ ବର୍ଷିବ ।
ଚଳିତ ମୌସୁମୀ ଋତୁରେ ଜୁନ ୧ରୁ ସେପ୍ଟେମ୍ବର ୨୯ ତାରିଖ ମଧ୍ୟରେ ରାଜ୍ୟରେ ୧୧୮୭.୬ ମିମି ବର୍ଷା ରେକର୍ଡ ହୋଇଛି। ଏହି ସମୟ ମଧ୍ୟରେ ସ୍ୱାଭାବିକ ବୃଷ୍ଟିପାତ ୧୧୪୪.୩ ମିମି ଠାରୁ ୪ ପ୍ରତିଶତ ଅଧିକ ବର୍ଷା ହୋଇଛି। ୪ଟି ଜିଲ୍ଲାରେ ଅଧିକ ବର୍ଷା ହୋଇଥିବା ବେଳେ ଗୋଟିଏ ଜିଲ୍ଲା ଭଦ୍ରକରେ ନିଅଣ୍ଟିଆ ଓ ଅନ୍ୟ ୨୫ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି।