ଓଡ଼ିଆ ନ୍ୟୁଜ୍: ଘର ଲୋକଙ୍କୁ ନିଶାଦେଇ ଫେରାର ହେଇଗଲା ନାବାଳିକା। ଯାଜପୁର ଜିଲ୍ଲା କୁଆଖିଆ ଥାନା ନଠୁଆବର ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପ୍ରେମିକର ପ୍ରରୋଚନାରେ ନିଜ ପରିବାର ଲୋକଙ୍କୁ ନିଶାଦେଇ ଘରୁ ଫେରାର ହୋଇଯାଇଛି ନାବାଳିକା। ପରିବାର ଲୋକେ ଯାଜପୁର ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି। ଚିକିତ୍ସାଧୀନ ଥିବା ବାପା ମାଆଙ୍କ ସମେତ ୫ ଜଣ ପରିବାର ସଦସ୍ୟ ରହିଛନ୍ତି।
କୁଆଖିଆ ଥାନା ଅନ୍ତର୍ଗତ ନଠୁଆବର ଗାଁର ବିଜୟ ସେଠୀଙ୍କ ୧୪ ବର୍ଷର ନାବାଳିକା ଝିଅ ଖାଦ୍ୟରେ ନିଶା ଔଷଧ ଦେଇ ଘରୁ ପଳାଇ ଯିବାକୁ ଉଦ୍ୟମ କରିଥିବା ଘଟଣା ସାମ୍ନାକୁ ଆସିଛି। ଫଳରେ ସେହି ନିଶା ଔଷଧ ମିଶା ଖାଦ୍ୟ ଖାଇ ପରିବାରର ୫ ଜଣ ସଦସ୍ୟ ଅସୁସ୍ଥ ହେବାପରେ ଯାଜପୁର ଯଯାତି କେଶରୀ ମେଡ଼ିକାଲରେ ଭର୍ତ୍ତି କରାଯାଇଛି।