ମିଶନ ଶକ୍ତି ମହିଳାଙ୍କୁ ମିଳିବ ସ୍ମାର୍ଟ ଫୋନ: ପ୍ରଭାତୀ ପରିଡା

0

ଓଡ଼ିଆ ନ୍ୟୁଜ୍: ମିଶନ ଶକ୍ତି ମହିଳାଙ୍କୁ ମିଳିବ ସ୍ମାର୍ଟ ଫୋନ। ନୂଆ ୟୁନିଫର୍ମ ଏବଂ ନୂଆ ଆଇ କାର୍ଡ ବି ଦିଆଯିବ। ଉତ୍କଳ ଦିବସରୁ ଏହା ମିଳିବ ବୋଲି ଘୋଷଣା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ମିଶନ ଶକ୍ତି ଭବନ ଠାରେ ଆୟୋଜିତ କାର୍ଯ୍ୟକ୍ରମ ସ୍ଵୟଂ ସହାୟକ ଗୋଷ୍ଠୀମାନଙ୍କୁ ସୁଧ ଫେରସ୍ତ କାର୍ଯ୍ୟକ୍ରମରେ ଯୋଗଦେଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ମାର୍ଟ ଫୋନ କମ୍ୟୁନିଟି ରିସୋର୍ସ ପର୍ସନଙ୍କୁ ମିଳିବ। ୪୬ ହଜାର ସିଆରପିଙ୍କୁ ମିଳିବ। ମିଶନ ଶକ୍ତି ମହିଳାଙ୍କୁ ଦିଆଯିବାକୁ ଥିବା ଶାଢୀରେ ରହିବ ଓଡ଼ିଆ ଅସ୍ମିତାର ଝଲକ ବୋଲି କହିଛନ୍ତି ପ୍ରଭାତୀ ପରିଡା।

ମହିଳା ସଶକ୍ତିକରଣ ଏବଂ ମାଆ ମାନଙ୍କର ଆର୍ଥିକ ଅଭିବୃଦ୍ଧିକୁ ସୃଦୃଢ କରିବା କ୍ଷେତ୍ରରେ ରାଜ୍ୟ ସରକାରଙ୍କର ବ୍ୟାଙ୍କ ଋଣ ଉପରେ ସୁଧ ଫେରସ୍ତ ବ୍ୟବସ୍ଥା ସହାୟକ ହୋଇଛି। ଏହା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କର ଭିତ୍ତିକୁ ସୁଦୃଢ଼ କରିବା ସହିତ ଅଧିକ ବଜାର ସୁଯୋଗ ସୃଷ୍ଟି କରି ମହିଳା ଉଦ୍ୟୋଗୀ ମାନଙ୍କୁ ପ୍ରୋତ୍ସାହିତ କରୁଛି।

Leave A Reply

Your email address will not be published.