ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆରମ୍ଭ ହୋଇଯାଇଛି ବିଧାୟକଙ୍କ ପାଠଶାଳା । ଆଜି ଓ ଆସନ୍ତାକାଲି ଦୁଇ ନିନ ଧରି ଏହି କାର୍ଯ୍ୟକ୍ରମ ଚାଲିବ । କେନ୍ଦ୍ରମନ୍ତ୍ରୀ କିରଣ ରିଜିଜୁ ଏହି କାର୍ଯ୍ୟକ୍ରମକୁ ଉଦ୍ଘାଟନ କରି ଆଗକୁ ବଢାଇଛନ୍ତି । ଏହାପରେ ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ଆରମ୍ଭ ହୋଇଛି ବିଧାୟକଙ୍କୁ ପ୍ରଶିକ୍ଷଣ ଦେବା କାର୍ଯ୍ୟକ୍ରମ ।
ଏଥିସହିତ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ସମେତ ବିଭିନ୍ନ ମନ୍ତ୍ରୀପରିଷଦ ଓ ସମସ୍ତ ନବ ନିର୍ବାଚିତ ବିଜେପି ବିଧାୟକ ଉପସ୍ଥିତ ରହିଛନ୍ତି । ତେବେ ଗୃହର ଗରିମା ନଷ୍ଟ ହେଉଥିବା ଦର୍ଶାଇ ଏଥିରେ ବିଜେଡି ସଦସ୍ୟ ଭାଗ ନେବେ ନାହିଁ ବୋଲି ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ପୂର୍ବରୁ ବାଚସ୍ପତିଙ୍କୁ ଚିଠି ଲେଖି ଜଣାଇଛନ୍ତି । କଂଗ୍ରେସ ମଧ୍ୟ ଓରିଏଣ୍ଟେସନ କାର୍ଯ୍ୟକ୍ରମକୁ ନଆସିବାକୁ ଘୋଷଣା କରିସାରିଛି। ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି, ଏଥର ୮୭ ଜଣ ନୂଆ ବିଧାୟକ ନିର୍ବାଚିତ ହୋଇଛନ୍ତି। ପରମ୍ପରା ଅନୁସାରେ ନୂଆ ବିଧାୟକଙ୍କ ପାଇଁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ହୁଏ।
ସେହି କ୍ରମରେ ଏହା ଆୟୋଜନ କରାଯାଇଛି। ଏନେଇ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଏହି କାର୍ଯ୍ୟକ୍ରମରେ ଗୃହର ଗରିମା ନଷ୍ଟ ହେଉଥିବା କାରଣ ଦର୍ଶାଇ ଏଥିରେ ବିଜେଡି ସଦସ୍ୟ ଭାଗ ନେବେ ନାହିଁ ବୋଲି ପୂର୍ବରୁ ବାଚସ୍ପତିଙ୍କୁ ଚିଠି ଲେଖି ଜଣାଇଛନ୍ତି । କଂଗ୍ରେସ ମଧ୍ୟ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମକୁ ନଆସିବାକୁ ଘୋଷଣା କରିଥିଲା। ଯାହାର ଝଲକ ଆଜି କାର୍ଯ୍ୟକ୍ରମ ଆରମ୍ଭ ହେବା ପରେ ଦେଖିବାକୁ ମିଳିଛି ।