ଦୁର୍ଘଟଣାସ୍ଥଳ ଅନୁଧ୍ୟାନ କରିବା ସହ ଆହତ ମାନଙ୍କୁ ଭେଟିବା ପାଇଁ ଓଡିଶା ଆସୁଛନ୍ତି ମୋଦି

0

ଓଡ଼ିଆ ନ୍ୟୁଜ (ବ୍ୟୁ୍ରୋ) : ବାଲେଶ୍ୱର ଟ୍ରେନ ଦୁର୍ଘଟଣା ସାରା ଦେଶର ଛାତିକୁ ଥରାଇ ଦେଇଛି । ବର୍ତ୍ତମାନର ସୂଚନା ଅନୁସାରେ ୨୮୮ଜଣ ପ୍ରାଣ ହରାଇଥିବାବେଳେ ତିନି ଶହରୁ ଉର୍ଦ୍ଧ ଆହତ ହୋଇଛନ୍ତି । ଚିତ୍କାରରେ ପୁରା ପରିବେଶ ଫାଟି ପଡୁଛି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରି ଆହତ ମାନଙ୍କୁ ଭେଟିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘଟଣାସ୍ଥଳକୁ ଆସିବେ ଓ ଡାକ୍ତରଖାନାରେ ଆହତ ମାନଙ୍କୁ ଭେଟିବେ ବୋଲି ସୂଚନା ମିଳିଛି।

ଅନ୍ୟପଟେବା ଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପହଞ୍ଚି ଆହତମାନଙ୍କୁ ଭେଟିଥିବା ଜଣାଯାଇଛି। ଏହି ସମୟରେ ସେ ସେମାନଙ୍କର ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ ଏବଂ ଆଶୁ ଆରୋଗ୍ୟ କାମନା କରିଥିଲେ। ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ ବାଲେଶ୍ବର ସାଂସଦ ପ୍ରତାପ ଷଡ଼ଙ୍ଗୀ ବି ଉପସ୍ଥିତ ଥିଲେ। ସେ ଏଠାକାର ସ୍ଥିତି ଅନୁଧ୍ୟାନ କରିଥିଲେ। ଗୁରୁତର ଓ ଆହତମାନଙ୍କର ଚିକିତ୍ସା ବ୍ୟବସ୍ଥା ନେଇ ସେ ବିଭାଗୀୟ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ।

ଉଲ୍ଲେଖଯୋଗ୍ୟ, ରେଳ ମନ୍ତ୍ରୀଙ୍କ ପକ୍ଷରୁ ମୃତକଙ୍କ ପରିବାରକୁ ୧୦ ଲକ୍ଷ, ଗୁରୁତର ଆହତଙ୍କୁ ୨ ଲକ୍ଷ ଓ ସାମାନ୍ୟ ଆହତଙ୍କୁ ୫୦ ହଜାର ଟଙ୍କା ସହାୟତା ଘୋଷଣା କରାଯାଇଛି।

ସୂଚନାଥାଉକି, ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟା ୧୫ ମିନିଟ୍‌ ସମୟରେ ବାହାନଗା ଷ୍ଟେସନ ନିକଟ ଦେଇ ହାୱଡାରୁ ଚେନ୍ନାଇ ଆସୁଥିବା କରମଣ୍ଡଳ ଏକ୍ସପ୍ରେସ୍ ପାସ୍‌ କରୁଥିବା ବେଳେ କୌଣସି କାରଣରୁ ଏହା ଲାଇନ୍‌ ଚ୍ୟୁତ୍‌ ହୋଇ ପାଖରେ ଅନ୍ୟ ଲାଇନ୍‌ରେ ଠିଆ ହୋଇଥିବା ଦୁଇଟି ମାଲଗାଡ଼ି ସହ ଧକ୍କା ହୋଇଥିଲା। ଠିକ୍‌ ଏହି ସମୟରେ ଅନ୍ୟ ଏକ ଲାଇନ୍‌ ଦେଇ ଯଶବନ୍ତପୁର-ହାୱାଡ଼ା ସୁପରଫାଷ୍ଟ ଏକ୍ସପ୍ରେସ୍‌ର ଦ୍ରୁତଗତିରେ ପାସ୍ କରୁଥିଲା। ଏହି ଟ୍ରେନ୍‌ ଲାଇନ୍‌ ଉପରେ ଦୁର୍ଘଟଣାଗ୍ରସ୍ତ କରମଣ୍ଡଳ ଏକ୍ସପ୍ରେସ୍‌ର ବଗି ପଡ଼ିବାରୁ ଯଶବନ୍ତପୁର-ହାୱାଡା ସୁପରଫାଷ୍ଟ ଏକ୍ସପ୍ରେସ୍ ମଧ୍ୟ ଦୁର୍ଘଟଣାର ଶିକାର ହୋଇଥିଲା।

Leave A Reply

Your email address will not be published.