ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଓଡିଶାରେ ଆରମ୍ଭ ହେଲା ବହୁ ପ୍ରତିକ୍ଷିତ ସୁଭଦ୍ରା ଯୋଜନା । ସୁଇଚ ଚିପି ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଥିସହିତ ହିତାଧିକାରୀଙ୍କ ଆକାଉଣ୍ଟକୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ଭାବେ ୫ ହଜାର ଟଙ୍କା ଆକାଉଣ୍ଟକୁ ଗଲା । ଏପରିକି ପ୍ରଧାନମନ୍ତ୍ରୀ ମୋଦି ବିଭିନ୍ନ ସରକାରୀ ଯୋଜନା ଓ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଏହି ପରିପ୍ରେକ୍ଷୀରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଯାଇଛି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝି, ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, କନକ ବଦ୍ଧର୍ନ ସିଂ ଦେଓ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଭାଗୀୟ ମନ୍ତ୍ରୀ, ଭାଜପା ନେତୃବୃନ୍ଦ ପ୍ରମୁଖ ଉପସ୍ଥିତ ରହିଥିଲେ। ଏହାସହ ଗୋଠପାଟଣା ସ୍ପୋର୍ଟସ ଭ୍ୟାଲିର ବି ଶିଳାନ୍ୟାସ କରିଥିଲେ ମୋଦି। ପ୍ରଧାନମନ୍ତ୍ରୀ ୧୦ ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ହିତାଧିକାରୀଙ୍କୁ ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିଛନ୍ତି । ପ୍ରଧାନମନ୍ତ୍ରୀ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରେ ବିମାନ ବନ୍ଦରରେ ପହଞ୍ଚି ଥିଲେ। ପରେ ସେ ରାଜଭବନ ଛକଦେଇ ଗାଡ଼କଣ ଯାଇଥିଲେ।
ସେଠାରେ ସେ ଆବାସ ହିତାଧିକାରୀଙ୍କ ସହ ଆଲୋଚନା କରି ଗୃହପ୍ରବେଶ କରାଇଥିଲେ। ପରେ ମୋଦି ମହିଳାଙ୍କଠାରୁ କ୍ଷିରୀ ଖାଇ ଖୁସି ବ୍ୟକ୍ତ କରିଥିଲେ। ଏହି ଅବସରରେ ମହିଳାଙ୍କଠାରୁ ମହାପ୍ରଭୁ ଜଗନ୍ନାଥଙ୍କ ପଟଚିତ୍ର ଉପହାର ସ୍ବରୁପ ଗ୍ରହଣ କରିଥିଲେ। ପରେ ସେ ସେଠାରୁ ଜନତାମଇଦାନଦ ଆସିଥିଲେ। ପରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗ ଦେଇ ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଥିଲେ।