ଓଡ଼ିଆ ନ୍ୟୁଜ୍: ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କୁ ଲାଗିଛି ଶକ୍ତ ଝଟକା । ମହଙ୍ଗା ପଡିଛି ଦଳୀୟ ନେତୃତ୍ବକୁ ଚ୍ୟାଲେଞ୍ଜ କରି ସୋନିଆଙ୍କୁ ଚିଠି ଲେଖିବା । ଦଳ ବିରୋଧୀ କାର୍ଯ୍ୟ ପାଇଁ ମୋକିମଙ୍କୁ କଂଗ୍ରେସରୁ ବହିଷ୍କୃତ କରାଯାଇଛି । କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ମଧ୍ୟ ବିଦା ହୋଇଛନ୍ତି ମୋକିମ୍ । କିନ୍ତୁ ଏଯାବତ୍ ଚୁପ୍ ଅଛନ୍ତି ମହମ୍ମଦ ମୋକିମ୍ ଏବଂ ଝିଅ ତଥା ବିଧାୟିକା ସୋଫିଆ ଫିର୍ଦ୍ଦୋଷ୍ ।ଦଳରେ ସଂସ୍କାର ଆଣିବା ପାଇଁ ମୋକିମ୍ ସୋନିଆ ଗାନ୍ଧିଙ୍କୁ ଚିଠି ଲେଖିବା ପରେ ଏବେ ହରଡଗଣାରେ ପଡିଛନ୍ତି ପୂର୍ବତନ ବିଧାୟକ ।
କଂଗ୍ରେସର ସୋନିଆ ଗାନ୍ଧୀଙ୍କୁ ମୋକିମ ଚିଠି ଲେଖିବା ପ୍ରସଙ୍ଗରେ ରବିବାର ନୂଆଦିଲ୍ଲୀରେ ମୁହଁ ଖୋଲିଥିଲେ ପିସିସି ସଭାପତି ଭକ୍ତ ଚରଣ ଦାସ। ସେ କହିଥିଲେ, ଯେଉଁମାନେ ବିଜେପି ସମ୍ପର୍କରେ ଅଛନ୍ତି ଶୀଘ୍ର ଚାଲିଯିବା ଦରକାର। ରାହୁଲ ଗାନ୍ଧୀ ଓ ମଲ୍ଲିକାର୍ଜୁନ ଖାର୍ଗେ ଦଳକୁ ଆଗକୁ ନେଉଛନ୍ତି। କଂଗ୍ରେସ ନେତୃତ୍ୱ ଉପରେ ପ୍ରଶ୍ନ ଉଠାଇବା ଠିକ୍ ନୁହେଁ ବୋଲି ଭକ୍ତ କହିଥିଲେ। ମୋକିମ୍ କହିଥିଲେ, ସେ କାହା ବିରୋଧରେ କିଛି କହିବେ ନାହିଁ। ମାତ୍ର ସେ ‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛନ୍ତି’ ଏବଂ ‘ଯାହା କରୁଛି ସବୁ ଭୁଲ ଓ ଠିକ୍ ମୋର’।