ଓଆରଏଚଡିସି ମାମଲାରେ ମହମ୍ମଦ ମୋକିମଙ୍କୁ ଜାମିନ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଓଆରଏଚଡିସି ଦୁର୍ନୀତି ମାମଲାରେ ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମଙ୍କୁ ଜାମିନ ଦେଇଛନ୍ତି ସୁପ୍ରିମକୋର୍ଟ।ORHDC ଦୁର୍ନୀତି ମାମଲାରେ ଜାମିନ ଦେଇଛନ୍ତି ସୁପ୍ରିମକୋର୍ଟ । ମୋକିମଙ୍କ ଆବେଦନକୁ ଶୁଣାଣି ପାଇଁ ଗ୍ରହଣ କଲେ ସୁପ୍ରିମକୋର୍ଟ । ଆବେଦନକୁ ଗ୍ରହଣ କରି ଭିଜିଲାନ୍ସକୁ ନୋଟିସ କରିଛନ୍ତି କୋର୍ଟ ।

ହାଇକୋର୍ଟ ରାୟକୁ ଚାଲେଞ୍ଜ କରି ସୁପ୍ରିମକୋର୍ଟ ଯାଇଥିଲେ ମୋକିମ।ବାରବାଟୀ-କଟକ ବିଧାୟକ ଭାବେ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଓଡ଼ିଶା ହାଇକୋର୍ଟ ଅସିଦ୍ଧ ଘୋଷଣା କରିବା ପରେ ମୋକିମ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ସୁପ୍ରିମକୋର୍ଟରୁ କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ କିଛି ଦିନ ତଳେ ମିଳିଥିଲା ଆଶ୍ୱସ୍ତି। ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରହିତାଦେଶ ଜାରି କରିଥିଲେ ସୁପ୍ରିମକୋର୍ଟ। ମହମ୍ମଦ ମୋକିମଙ୍କୁ ପକ୍ଷରୁ ବରିଷ୍ଠ ଆଇନଜୀବୀ ମୁକୁଲ ରୋହତଗୀ, ଏସ୍ ମୁରଲୀଧର ଏବଂ ପୀତାମ୍ବର ଆଚାର୍ଯ୍ୟ ସୁପ୍ରିମକୋର୍ଟରେ ଲଢୁଛନ୍ତି।ଉଲ୍ଳେଖଯୋଗ୍ୟ ‌ଯେ ୨୦୧୯ ନିର୍ବାଚନ ସମୟରେ ଶ୍ରୀ ମୋକିମଙ୍କ ନାମାଙ୍କନପତ୍ର ନିର୍ଦ୍ଧାରିତ ନିୟମ ଅନୁଯାୟୀ ଦାଖଲ ହୋଇନଥିଲା। ଜନ ପ୍ରତିନିଧି ଆଇନର ଧାରା ୩୩, କଣ୍ଡକ୍ଟ ଅଫ୍ ଇଲେକ୍ସନ ରୁଲ୍ସ, ୧୯୬୧ର ନିୟମ ୪ ଓ ଭାରତର ନିର୍ବାଚନ କମିସନଙ୍କ ନିର୍ଦ୍ଦେଶନାମା ଉଲ୍ଳଂଘନ କରି ରିଟର୍ଣ୍ଣିଂ ଅଫିସର ଶ୍ରୀ ମୋକିମଙ୍କ ନାମାଙ୍କନପତ୍ର ଗ୍ରହଣ କରିଥିଲେ।

ଶ୍ରୀ ମୋକିମ ନାମାଙ୍କନପତ୍ରରେ ଆବଶ୍ୟକ ତଥ୍ୟ ଉଲ୍ଲେଖ କରି ନଥିଲେ। ଜନପ୍ରତିନିଧି ଆଇନର ଧାରା ୩୬ରେ ପ୍ରଦତ୍ତ କ୍ଷମତା ଅନୁସାରେ ଯାଞ୍ଚ ସମୟରେ ରିଟର୍ଣ୍ଣିଂ ଅଫିସର ଶ୍ରୀ ମୋକିମଙ୍କ ନାମାଙ୍କନପତ୍ର ଖାରଜ କରିବା ଉଚିତ ଥିଲା। ନାମାଙ୍କନ ବେଳେ ଶ୍ରୀ ମୋକିମ ଦାଖଲ କରିଥିବା ସତ୍ୟପାଠରେ ତାଙ୍କ ବିରୋଧରେ ଥିବା ୧୩ଟି ଅପରାଧିକ ମାମଲା ସଂକ୍ରାନ୍ତରେ ଉପଯୁକ୍ତ ତଥ୍ୟ ଓ ସଂପୂର୍ଣ୍ଣ ଘୋଷଣାନାମା ଦେଇ ନଥିଲେ। ଏଭଳି ସ୍ଥିତିରେ ୯୦-ବାରବାଟୀ-କଟକ ବିଧାନସଭା ଆସନରୁ ଶ୍ରୀ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରାଯାଉଛି ବୋଲି ହାଇକୋର୍ଟଙ୍କ ରାୟରେ ଉଲ୍ଲେଖ କରାଯାଇଛି।

Leave A Reply

Your email address will not be published.