ଓଡ଼ିଆ ନ୍ୟୁଜ୍: କେନ୍ଦୁଝରରେ ୧୯୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ୭୧ଟି ପ୍ରକଳ୍ପର ଶୁଭାରମ୍ଭ। ୭୧ଟି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।୧୭୦୮ କୋଟି ଟଙ୍କାର ୩୫ଟି ପ୍ରକଳ୍ପର ଶିଳାନ୍ୟାସ।୧୯୪ କୋଟି ଟଙ୍କାର ୩୬ଟି ପ୍ରକଳ୍ପ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ।୧୦୧ କୋଟି ବିନିଯୋଗରେ ୬ଟି ବ୍ଲକ୍ରେ ବ୍ଲକ୍ସ୍ତରୀୟ ଷ୍ଟାଡିୟମର ଶିଳାନ୍ୟାସ।
ସୂଚନାଯୋଗ୍ୟ, ଆଜି ସମୁଦାୟ ୧୭୦୮ କୋଟି ଟଙ୍କା ମୂଲ୍ୟର ୩୫ ଟି ପ୍ରକଳ୍ପର ଶିଳାନ୍ୟାସ କରାଗଲା ଏବଂ ପ୍ରାୟ ୧୯୪ କୋଟି ଟଙ୍କାର ପ୍ରକଳ୍ପର ଲୋକାର୍ପଣ କରାଗଲା । ଏଥିରେ କେନ୍ଦୁଝରର ସ୍କୁଲ, ହଷ୍ଟେଲ, ଇରିଗେସନ, ପାର୍କିଂ ଜୋନ, ରାସ୍ତା ନିର୍ମାଣ, ପୋଖରୀ ଉନ୍ନତିକରଣ, ପର୍ଯ୍ୟଟନ ପ୍ରକଳ୍ପ, ଲାଇବ୍ରେରୀ, କ୍ୟାରିଅର କାଉନ୍ସେଲିଂ ସେଣ୍ଟର, ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର, ଅଙ୍ଗନବାଡ଼ି ବିଲ୍ଡିଂ ଇତ୍ୟାଦି ରହିଛି ।
ପୂର୍ବରୁ ଘୋଷଣା ଅନୁଯାୟୀ କେନ୍ଦୁଝରରେ Regional Plant Resource Centre ପାଇଁ ୫୦ କୋଟି ଟଙ୍କା ବିନିଯୋଗରେ ଶିଳାନ୍ୟାସ କରାଗଲା ଏବଂ ୩୮ କୋଟି ୨୨ ଲକ୍ଷ ଟଙ୍କାରେ ୧୪୭ଟି ମଡେଲ ଅଙ୍ଗନବାଡ଼ି କେନ୍ଦ୍ର ପ୍ରତିଷ୍ଠା ପାଇଁ ମଧ୍ୟ ଶିଳାନ୍ୟାସ କରାଗଲା । ୧୦୧ କୋଟି ଟଙ୍କା ବିନିଯୋଗରେ ୬ଟି ବ୍ଲକ୍ରେ ବ୍ଲକ୍ସ୍ତରୀୟ ଷ୍ଟାଡିୟମ ପ୍ରତିଷ୍ଠା ପାଇଁ ମଧ୍ୟ ଶିଳାନ୍ୟାସ କରାଗଲା ।କେନ୍ଦୁଝରର ବିଭିନ୍ନ ସ୍ଥାନରେ ୨୧.୫୦ କୋଟି ଟଙ୍କା ବିନିଯୋଗରେ ୧୦୪ଟି ACR, ICT Lab ଓ Boundary Wall ର ଉଦ୍ଘାଟନ କରାଯାଇଛି ।