ସମ୍ବିଧାନ ଜୀବନର ମାନଦଣ୍ଡ: ମୁଖ୍ୟମନ୍ତ୍ରୀ

0

ଓଡ଼ିଆ ନ୍ୟୁଜ୍: ବାରବାଟୀ ଷ୍ଟାଡିୟମରୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ।ଆମ ସମ୍ବିଧାନ ଆମକୁ ଭାତୃଭାବରେ ବାନ୍ଧି ରଖିଛି।ମହାପୁରୁଷଙ୍କୁ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଉଛି। ବୀର ସଂଗ୍ରାମୀମାନଙ୍କୁ ମୋର ପ୍ରଣାମ ଜଣାଉଛି। ଦେଶ ସ୍ବାଧୀନ ପରେ ୨ଟି ଚ୍ୟାଲେଞ୍ଜର ସମ୍ମୁଖୀନ ହୋଇଥିଲା। ବିଭାଜନର ବିଭୀଷିକା ଓ ବିଧି ବ୍ୟବସ୍ଥାରେ ଦେଶକୁ କିପରି ଚଲାଇବା। ଦେଶକୁ ବିଧି ବ୍ୟବସ୍ଥାରେ ଚଲାଇବା ପାଇଁ ସମ୍ବିଧାନ ଲେଖାଗଲା।ସମ୍ବିଧାନ ପ୍ରତ୍ୟେକ ଭାରତୀୟଙ୍କ ଜୀବନର ମାନଦଣ୍ଡ। ଆଜି ମୋଦିଙ୍କ ନେତୃତ୍ବରେ ଦେଶ ଆଗକୁ ବଢୁଛି।

ମହିଳା ବିରୋଧୀ ହିଂସାକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଚେତାବନୀ।‘ଆମ ଜନସଂଖ୍ୟାର ଅଧା ମହିଳା, ନାରୀ ସୁରକ୍ଷା ସବୁଠୁ ଗୁରୁତ୍ବ’।ନାରୀ ସୁରକ୍ଷା ଓ ନାରୀ ସମ୍ମାନ ଆମ ପାଇଁ ସର୍ବାଗ୍ରେ। ମହିଳାଙ୍କ ସୁରକ୍ଷା ପ୍ରତି ଆମେ ପ୍ରତିଶ୍ରୁତିବଦ୍ଧ। ନାରୀ ସୁରକ୍ଷାକୁ ନେଇ ଆମର ଶୂନ୍ୟ ସହନଶୀଳତା ନୀତି। ମହିଳା ହିଂସାରେ ଆମର ଦଣ୍ଡବିଧାନ ହାର କମ୍ ଥିଲା। ଆମେ କ୍ଷମତାକୁ ଆସିବା ପରେ ଦଣ୍ଡବିଧାନ ହାର ବଢ଼ିଛି।ମହିଳା ବିରୋଧୀ ହିଂସାକାରୀଙ୍କ ଗୋଟିଏ ଠିକଣା ହେଉଛି ଜେଲ୍।ମହିଳା ବିରୋଧୀ ହିଂସାକୁ କଦାପି ବରଦାସ୍ତ କରାଯିବନି।

ପୂର୍ବ ସରକାରକୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।ଗୁଣାତ୍ମକ ଶିକ୍ଷା ପାଇଁ ଆମ ସରକାର ପ୍ରତିଶ୍ରୁତିବଦ୍ଧ।ରଙ୍ଗମରା ସ୍କୁଲ ନୁହେଁ, ଭିତ୍ତିଭୂମି ସମ୍ପନ୍ନ ବିଦ୍ୟାଳୟ ନିର୍ମାଣ ହେଉଛି। ଆୟୁଷ୍ମାନ ଭାରତ ଯୋଜନା ରାଜନୀତିର ଶିକାର ହୋଇଥିଲାଆମ ସରକାର ଆସିବା ପରେ ଏହାକୁ ଲାଗୁ କଲୁ।ଏହା ଦ୍ୱାରା ସାଢ଼େ ୩ କୋଟି ଲୋକ ଉପକୃତ ହେଉଛନ୍ତି।ଆମ ଜନସଂଖ୍ୟାର ଅଧା ମହିଳା, ନାରୀ ସୁରକ୍ଷା ସବୁଠୁ ଗୁରୁତ୍ବ।ପ୍ରଥମ କ୍ୟାବିନେଟରେ ଆମେ ସୁଭଦ୍ରା ଲାଗୁ କଲୁ।ନାରୀ ସୁରକ୍ଷାକୁ ନେଇ ଆମର ଶୂନ୍ୟ ସହନଶୀଳତା ନୀତି।

Leave A Reply

Your email address will not be published.