ଓଡ଼ିଆ ନ୍ୟୁଜ୍: ଚାଷୀଙ୍କ ଖାତାକୁ ଗଲା ଟଙ୍କା। ଆଜି ହେଉଛି ଅକ୍ଷୟ ତୃତୀୟା । ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରାଜ୍ୟ ସ୍ତରୀୟ କୃଷକ ଦିବସ ଉତ୍ସବ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଏମ କିଷାନର ସହାୟତା ରାଶି ଚାଷୀଙ୍କୁ ପ୍ରଦାନ କରିଛନ୍ତି ।
୫୦ ଲକ୍ଷରୁ ଊର୍ଦ୍ଧ୍ବ ଚାଷୀଙ୍କୁ ୧ ହଜାର କୋଟି ଟଙ୍କାର ସହାୟତା ରାଶି ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ | ଭୁବନେଶ୍ୱର ଓୟୁଏଟିର ଶୈକ୍ଷିକ କୃଷି ଫାର୍ମ ଠାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦବୋଧନ ଦେଇ କହିଛନ୍ତି , ସରକାର ସବୁ ବେଳେ ଚାଷୀଙ୍କ ହିତସାଧନ ଲାଗି ପ୍ରୟାସରତ ।