ଓଡ଼ିଆ ନ୍ୟୁଜ୍: ୧୦୮ ଆମ୍ୱୁଲାନ୍ସ ସେବାରେ ସାମିଲ ହେଲା ୧୫୦ଟି ନୂଆ ଆମ୍ୱୁଲାନ୍ସ। ରାଜ୍ୟବାସୀଙ୍କ ସେବାରେ ଉତ୍ସର୍ଗ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ୧୧୧ କୋଟି ଟଙ୍କାରେ ୪୨୮ଟି ନୂଆ ଆମ୍ୱୁଲାନ୍ସ ଗଡ଼ିବାର ଯୋଜନା ଅଛି। ପ୍ରଥମ ପର୍ଯ୍ୟାୟରେ ଲୋକାର୍ପିତ ହେଲା ୧୫୦ଟି ନୂଆ ୧୦୮ ଆମ୍ୱୁଲାନ୍ସ।ସ୍ୱାସ୍ଥ୍ୟ ସେବାକୁ ତ୍ୱରାନ୍ୱିତ କରିବା ପାଇଁ ପର୍ଯ୍ୟାୟକ୍ରମେ ସମସ୍ତ ପୁରୁଣା ଆମ୍ବୁଲାନ୍ସକୁ ବଦଳାଯାଇ ନୂଆ ଆମ୍ବୁଲାନ୍ସ ବ୍ୟବହାର କରାଯିବ- ମୁଖ୍ୟମନ୍ତ୍ରୀ।
ସୂଚନାଯୋଗ୍ୟଯେ, ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ୪୨୮ଟି ନୂଆ ୧୦୮- ଆମ୍ବୁଲାନ୍ସର ବ୍ୟବସ୍ଥା କରାଯାଇଛି। ଏଥିରେ ୪୧୯ ଟି ପୁରୁଣା ଆମ୍ବୁଲାନ୍ସ, ୨ ଟି ଦୁର୍ଘଟଣା ରେ ସମ୍ପୂର୍ଣ ନଷ୍ଟ ହୋଇଯାଇଥିବା ଆମ୍ବୁଲାନ୍ସକୁ ପରିବର୍ତ୍ତନ କରାଯାଇ ନୂଆ ଆମ୍ବୁଲାନ୍ସ ବ୍ୟବହାର କରାଯିବ। ଏହା ବ୍ୟତୀତ ବାଣିଜ୍ୟ ଏବଂ ପରିବହନ ବିଭାଗରେ ବିମାନବନ୍ଦର/ଏୟାରସ୍ଟ୍ରିପ୍ରେ ବ୍ୟବହାର ପାଇଁ ୫ ଟି ALS ଆମ୍ବୁଲାନ୍ସ ଏବଂ ଝାରସୁଗୁଡ଼ା କାର୍ଡିଆକ୍ କେୟାର୍ ହସ୍ପିଟାଲ୍ ପାଇଁ ୨ ଟି ALS ଆମ୍ବୁଲାନ୍ସ ବ୍ୟବହାର କରାଯିବ। ସୂଚନାଯୋଗ୍ୟ ଯେ ରାଜ୍ୟରେ ଦୈନିକ ୫ ହଜାର ରୋଗୀଙ୍କୁ ୧୦୮-ଆମ୍ବୁଲାନ୍ସ ଜରିଆରେ ବିଭିନ୍ନ ହସ୍ପିଟାଲକୁ ନିଆଯାଉଛି।ଆଜି ପ୍ରଥମ ପର୍ଯ୍ୟାୟରେ ୧୫୦ ଗୋଟି ନୂତନ ଜରୁରୀକାଳୀନ ଆମ୍ବୁଲାନ୍ସକୁ ଓଡିଶାବାସୀଙ୍କ ନିମନ୍ତେ ଲୋକାର୍ପଣ କରାଯାଉଛି । ଅବଶିଷ୍ଟ ନୂତନ ଆମ୍ବୁଲାନ୍ସ ଗୁଡିକୁ ଖୁବଶୀଘ୍ର ଆମ୍ବୁଲାନ୍ସ ସେବାରେ ନିୟୋଜିତ କରାଯିବ, ତାସହିତ ପୁରୁଣା Emergency Medical Ambulance Service ବା EMAS ଫ୍ଲିଟ୍କୁ ପରିବର୍ତ୍ତନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।