ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ

0

ଓଡ଼ିଆ ନ୍ୟୁଜ୍: ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।ପାଟଣା ରାଜନଗରରେ ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ।ବୈତରଣୀ ନଦୀର ଶୈବ୍ୟା କାବେରୀ ଘାଟରେ ବୁଡ଼ ପକାଇଲେ। ପୂଜାର୍ଚ୍ଚନା ପରେ ପତ୍ନୀଙ୍କ ସହ ବୁଡ଼ ପକାଇଲେ।

ଖବର ଅନୁଯାୟୀ, ଦୁଇଦିନିଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ । ପ୍ରଥମ ଦିନ ମାନେ ମଙ୍ଗଳବାର ଦିନ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ । ଏହାପରେ ବୁଧବାର ଦିନ ପବିତ୍ର ମକର ସଂକ୍ରାନ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମକର ବୁଡ଼ ପକାଇଛନ୍ତି । କେନ୍ଦୁଝର ଜିଲ୍ଲା ବୈତରଣୀ ନଦୀର ଶବ୍ୟା କାବେରୀ ଘାଟରେ ମକର ବୁଡ଼ ପକାଇଛନ୍ତି ମୁଖ୍ୟମନ୍ତ୍ରୀ । ସପତ୍ନୀକ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଡ଼ ପକାଇଛନ୍ତି । ସେପଟେ ମୁଖ୍ୟମନ୍ତ୍ରୀଙ୍କ ବୁଡ଼ ପକାଇବା କାର୍ଯ୍ୟକ୍ରମକୁ ଦେଖି ପ୍ରଶାସନ ପକ୍ଷରୁ ବିଭିନ୍ନ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଖାସ୍‌ କରି ବୁଡ଼ ପକାଇବା ସ୍ଥାନରେ ବ୍ୟାରିକେଡ୍‌ କରାଯିବା ସହ ଓଡ୍ରାଫ ଟିମ୍‌ ନିୟୋଜିତ କରାଯାଇଛି ।

Leave A Reply

Your email address will not be published.