ଖରିଫ୍ ଋତୁ ପାଇଁ ସାର ଉପଲବ୍ଧତା ଓ ସୁଷମ ବଣ୍ଟନର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

0

ଓଡ଼ିଆ ନ୍ୟୁଜ୍: ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଖରିଫ ୠତୁ ପାଇଁ ସାର ଉପଲବ୍ଧତା ଓ ସୁଷମ ବଣ୍ଟନ ଉପରେ ସମୀକ୍ଷା କରି ସାରର ଲାଷ୍ଟ ମାଇଲ ଡେଲିଭରୀ ଉପରେ ଗୁରୁତ୍ବ ଆରୋପ କରିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରତ୍ୟେକ ଚାଷୀ, କ୍ଷୁଦ୍ର ହୁଅନ୍ତୁ ବା ନାମମାତ୍ର, ସମସ୍ତେ ଯେପରି ଆବଶ୍ୟକତା ଅନୁଯାୟୀ ସାର ପାଇବେ, ତାକୁ ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ସୂଚନାଯୋଗ୍ୟ ଯେ, ପଶ୍ଚିମ ଏସିଆରେ ଲାଗି ରହିଥିବା ଯୁଦ୍ଧ ଜନିତ ପରିସ୍ଥିତି ଯୋଗୁ ସାର ପ୍ରସ୍ତୁତି ବାଧାପ୍ରାପ୍ତ ହୋଇଛି। ତେଣୁ, ଖରିଫ ୠତୁରେ ଯେପରି ଚାଷୀ ଉଚିତ୍ ମୂଲ୍ୟରେ ଆବଶ୍ୟକତା ଅନୁଯାୟୀ ସାର ପାଇବେ, ସେ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କ ସହିତ ଭିଡିଓ କନ୍ଫରେନ୍ସିଙ୍ଗ ଜରିଆରେ ଆଲୋଚନା କରି ନିର୍ଦ୍ଦେଶ ଦେଇଛନ୍ତି।

ଏହି ଅବସରରେ କୃଷି ବିଭାଗର କମିଶନର ତଥା ଶାସନ ସଚିବ ସଚିନ ରାମଚନ୍ଦ୍ର ଯାଦବ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସାରର ଉପଲବ୍ଧତା ସମ୍ପର୍କରେ ଉପସ୍ଥାପନା ରଖି କହିଥିଲେ ଚଳିତ ବର୍ଷ କେନ୍ଦ୍ର ସରକାର ବିଭିନ୍ନ ସାର ପାଇଁ ୧୧,୪୨,୯୫୦ ମେଟ୍ରିକ ଟନର ସାର ଯୋଗାଇଦେବେ। ଏପ୍ରିଲ ମାସ ପାଇଁ ୭୯,୬୩୦ ମେଟ୍ରିକ ଟନ ସାର ଆବଶ୍ୟକ ଥିବାବେଳେ, ଏପ୍ରିଲ ୧୫ ସୁଦ୍ଧା ୩,୬୧,୪୯୦ ମେଟ୍ରିକ ଟନ ସାର ଉପଲବ୍ଧ ଅଛି। ରାଜ୍ୟରେ ସାର ହୋଲସେଲର ବିକ୍ରେତାମାନଙ୍କ ସଂଖ୍ୟା ୧୦୨୯ ଥିବାବେଳେ ଖୁଚୁରା ବିକ୍ରେତାଙ୍କ ସଂଖ୍ୟା ୧୨,୦୯୩ ଅଛି।

Leave A Reply

Your email address will not be published.