ଓଡ଼ିଆ ନ୍ୟୁଜ୍: ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କଳିଙ୍ଗ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ସମେତ ଅନ୍ୟ ମନ୍ତ୍ରୀମାନେ ବି ସାମିଲ ହୋଇଛନ୍ତି। ବିଶାଖାପାଟଣାରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ସାମିଲ ହୋଇ ଯୋଗ କରିଛନ୍ତି । ଚଳିତ ବର୍ଷର ଥିମ୍ ହେଉଛି “ଏକ ପୃଥିବୀ, ଏକ ସ୍ୱାସ୍ଥ୍ୟ ପାଇଁ ଯୋଗ” । ମୁଖ୍ୟମନ୍ତ୍ରୀ କହିଛନ୍ତିଯେ, ଯୋଗ କେବଳ ଏକ ବ୍ୟାୟମ କିମ୍ବା ଯୋଗକୁ କିଛି ଆସନ ମଧ୍ୟରେ ସୀମିତ ରଖିବା ଉଚିତ ନୁହେଁ। ଶାରୀରିକ ବ୍ୟାୟମ ଠାରୁ ଏହାର ସ୍ଥାନ ବହୁତ ଉଚ୍ଚରେ।
ଯୋଗ ହେଉଛି ଶାରୀରିକ, ବୌଦ୍ଧିକ, ମାନସିକ ଏବଂ ଅଧ୍ୟାତ୍ମିକତାର ଏକ ଅପୂର୍ବ ସଙ୍ଗମ। ଭାରତୀୟ ସଂସ୍କୃତି ଏବଂ ଯୋଗ ପରମ୍ପରାରୁ ସୃଷ୍ଟି ହୋଇଥିଲେ ମଧ୍ୟ ସେଥିପାଇଁ ଏହା କୌଣସି ନିର୍ଦ୍ଦିଷ୍ଟ ଧର୍ମ ସହିତ ଏହା ଜଡିତ ନୁହେଁ। ଶରୀର, ଆତ୍ମା ଏବଂ ଚିନ୍ତନ ଶକ୍ତିକୁ ଉଦ୍ବୁଦ୍ଧ କରୁଥିବା ଯୋଗ, ଆଜି ଜାତି, ଧର୍ମ, ବର୍ଣ୍ଣ ନିବିଶେଷରେ ସମସ୍ତଙ୍କ ଦ୍ଵାରା ଆଦୃତ ହୋଇ ପାରିଛି।