ଓଡ଼ିଆ ନ୍ୟୁଜ୍: ଦେବଗଡ଼ ଜିଲ୍ଲାକୁ ୨୦୫ କୋଟିର ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ୧୧ ସ୍ବାସ୍ଥ୍ୟ ପ୍ରକଳ୍ପ, ୪ ଶିକ୍ଷା ଭିତ୍ତିଭୂମି ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ ହେବ। ଜିଲ୍ଲା ମୁଖ୍ୟାଳୟରେ ୩ ଶହ ଶଯ୍ୟା ବିଶିଷ୍ଟ ମେଡିକାଲ୍ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କେନ୍ଦୁପତ୍ର ତୋଳାଳି ଓ ବନ୍ଧାଳୀଙ୍କ ପାଇଁ ୪୧ କୋଟି ୧୭ ଲକ୍ଷର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ।
ଏହା ଦ୍ୱାରା ଉପକୃତ ହେବେ ପ୍ରାୟ ୯ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଓ ବନ୍ଧାଳି।ଦେବଗଡ ଜିଲ୍ଲାର ବିକାଶ ପାଇଁ ସମସ୍ତ ସାମର୍ଥ୍ୟ ଅଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।ଦେବଗଡକୁ ରାଜ୍ୟର ଏକ ଅଗ୍ରଣୀ ଓ ବିକଶିତ ଜିଲ୍ଲା ଭାବରେ ଗଢି ତୋଳିବା ଆମର ପ୍ରାଥମିକ ଲକ୍ଷ୍ୟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।