ମୁଖ୍ୟମନ୍ତ୍ରୀ ହେବା ପରେ ଆଜି ଦିଲ୍ଲୀ ଯିବେ ମୋହନ ମାଝୀ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ଆଜି ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ତାଙ୍କ ସହ ଦୁଇ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଦିଲ୍ଲୀ ଗସ୍ତ କରିବେ ।

ରାଜ୍ୟରେ ଡବଲ ଇଞ୍ଜିନ ସରକାର କ୍ଷମତାକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ ଓ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି, ନଡ୍ଡାଙ୍କୁ ସାକ୍ଷାତ କରିବେ ବୋଲି ଜଣାଯାଇଛି। ଓଡ଼ିଶାକୁ ନମ୍ବର ରାଜ୍ୟରେ ପରିଣତ କରିବାକୁ ବିଜେପି ନିଜ ନିର୍ବାଚନୀ ପ୍ରଚାର ସମୟରେ ପ୍ରତିଶ୍ରୁତି ଦେଇଥିଲା। ଦେଶ ତଥା ରାଜ୍ୟରେ ଏବେ ବିଜେପିର ଡବଲ ଇଞ୍ଜିନ ସରକାର। ତେଣୁ ଓଡ଼ିଶାବାସୀଙ୍କ ଦିଆଯାଇଥିବା ପ୍ରତିଶ୍ରୁତି କିପରି ପାଳନ କରାଯିବ ତାହା ଉପରେ ବିସ୍ତୃତ ଭାବେ ଦଳର ଶୀର୍ଷ ନେତୃବୃନ୍ଦ ଆଲୋଚନା କରିବେ ବୋଲି ଜଣାଯାଇଛି।

ଏଥିସହ ସେମାନେ ବିଜେପିର କିଛି ଶୀର୍ଷ ନେତୃତ୍ୱଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଥିବା ଜଣାଯାଇଛି। ଓଡ଼ିଶାରେ ବିଜେପିର ସରକାର ହେବା ପରେ ସଂକଳ୍ପପତ୍ରରେ ଦିଆଯାଇଥିବା ପ୍ରତିଶ୍ରୁତି ପାଳନ ଦିଗରେ କେନ୍ଦ୍ର ସରକାରଙ୍କ ସହ ମୁଖ୍ୟମନ୍ତ୍ରୀ ବିଚାରବିମର୍ଶ କରାଯିବାର ବି ସୂଚନା ରହିଛି।

 

Leave A Reply

Your email address will not be published.